1
ଯୋହନ 16:33
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ତୁମ୍ଭେମାନେ ଯେପରି ମୋʼଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।
قارن
اكتشف ଯୋହନ 16:33
2
ଯୋହନ 16:13
କିନ୍ତୁ ସେ, ଅର୍ଥାତ୍, ସତ୍ୟମୟ ଆତ୍ମା ଆସିଲେ ସେ ପଥ ଦେଖାଇ ତୁମ୍ଭମାନଙ୍କୁ ସମସ୍ତ ସତ୍ୟରେ ପ୍ରବେଶ କରାଇବେ, କାରଣ ସେ ଆପଣାଠାରୁ କଥା କହିବେ ନାହିଁ, ମାତ୍ର ଯାହା ଯାହା ଶୁଣିବେ, ସେହିସବୁ କହିବେ, ପୁଣି ଆଗାମୀ ବିଷୟସବୁ ତୁମ୍ଭମାନଙ୍କୁ ଜଣାଇବେ।
اكتشف ଯୋହନ 16:13
3
ଯୋହନ 16:24
ଏପର୍ଯ୍ୟନ୍ତ ତୁମ୍ଭେମାନେ ମୋʼ ନାମରେ କିଛି ମାଗି ନାହଁ; ମାଗ, ପୁଣି ତୁମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ସେଥିନିମନ୍ତେ ତୁମ୍ଭେମାନେ ତାହା ପାଇବ।
اكتشف ଯୋହନ 16:24
4
ଯୋହନ 16:7-8
କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୋହର ପ୍ରସ୍ଥାନ କରିବାରେ ତୁମ୍ଭମାନଙ୍କର ମଙ୍ଗଳ, କାରଣ ମୁଁ ପ୍ରସ୍ଥାନ ନ କଲେ ସେହି ସାହାଯ୍ୟକାରୀ ତୁମ୍ଭମାନଙ୍କ ନିକଟକୁ ଆସିବେ ନାହିଁ, ମାତ୍ର ମୁଁ ଗଲେ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଦେବି। ସେ ଆସି ପାପ, ଧାର୍ମିକତା ଓ ବିଚାର ବିଷୟରେ ଜଗତକୁ ପ୍ରମାଣ ଦେବେ
اكتشف ଯୋହନ 16:7-8
5
ଯୋହନ 16:22-23
ସେହିପରି ତୁମ୍ଭେମାନେ ବର୍ତ୍ତମାନ ଦୁଃଖ ପାଉଅଛ, କିନ୍ତୁ ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଦର୍ଶନ ଦେବି, ଆଉ ତୁମ୍ଭମାନଙ୍କ ଦୃଦୟ ଆନନ୍ଦିତ ହେବ ଓ କେହି ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ଆନନ୍ଦ ହରଣ କରିବ ନାହିଁ। ସେଦିନ ତୁମ୍ଭେମାନେ ମୋତେ କିଛି ପଚାରିବ ନାହିଁ। ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭେମାନେ ପିତାଙ୍କୁ କିଛି ମାଗିବ, ତେବେ ମୋʼ ନାମରେ ସେ ତୁମ୍ଭମାନଙ୍କୁ ତାହା ଦେବେ।
اكتشف ଯୋହନ 16:22-23
6
ଯୋହନ 16:20
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ରୋଦନ ଓ ବିଳାପ କରିବ, କିନ୍ତୁ ଜଗତ ଆନନ୍ଦ କରିବ; ତୁମ୍ଭେମାନେ ଦୁଃଖିତ ହେବ, କିନ୍ତୁ ତୁମ୍ଭମାନଙ୍କ ଦୁଃଖ ଆନନ୍ଦରେ ପରିଣତ ହେବ।
اكتشف ଯୋହନ 16:20
الصفحة الرئيسية
الكتاب المقدس
خطط
فيديوهات