1
ଯୋହନ 14:27
ପବିତ୍ର ବାଇବଲ
“ମୁଁ ତୁମ୍ଭକୁ ଶାନ୍ତି ଦେଇ ଯାଉଛି। ଏହି ଶାନ୍ତି ମୋ’ ନିଜର, ଯାହା ମୁଁ ତୁମ୍ଭକୁ ଦେଉଛି। ଜଗତ ଯେପରି ଶାନ୍ତି ଦିଏ, ତା'ଠାରୁ ଭିନ୍ନ ଶାନ୍ତି ମୁଁ ତୁମ୍ଭକୁ ଦେଉଛି। ତେଣୁ ମନରେ ଦୁଃଖ କର ନାହିଁ। ଭୟ ମଧ୍ୟ କର ନାହିଁ।
Сравни
Разгледайте ଯୋହନ 14:27
2
ଯୋହନ 14:6
ଯୀଶୁ ଉତ୍ତର ଦେଲେ, “ମୁଁ ପଥ, ମୁଁ ସତ୍ୟ ଓ ଜୀବନ। ପରମପିତାଙ୍କ ପାଖକୁ ଯିବା ପାଇଁ ମୁଁ ହେଉଛି ଏକମାତ୍ର ପଥ।
Разгледайте ଯୋହନ 14:6
3
ଯୋହନ 14:1
ଯୀଶୁ କହିଲେ, “ତୁମ୍ଭେମାନଙ୍କର ହୃଦୟ ଦୁଃଖିତ ନ ହେଉ। ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖିଥାଅ। ମୋ'ଠାରେ ମଧ୍ୟ ବିଶ୍ୱାସ ରଖ
Разгледайте ଯୋହନ 14:1
4
ଯୋହନ 14:26
କିନ୍ତୁ ତୁମ୍ଭକୁ ସାହାଯ୍ୟକାରୀ ସବୁ ଶିକ୍ଷା ଦେବେ। ମୁଁ ତୁମକୁ କହିଥିବା ସମସ୍ତ କଥା ମନେ ରଖିବା ପାଇଁ ସେ ସାହାଯ୍ୟ ମଧ୍ୟ କରିବେ। ଏହି ସାହାଯ୍ୟକାରୀ ହେଉଛନ୍ତି ପବିତ୍ରଆତ୍ମା, ଯାହାଙ୍କୁ ପରମପିତା ମୋ’ ନାମରେ ପଠାଇବେ।
Разгледайте ଯୋହନ 14:26
5
ଯୋହନ 14:21
ଯେଉଁ ଲୋକ ମୋର ଆଜ୍ଞା ଜାଣେ ଓ ପାଳନ କରେ, ସେ ଲୋକ ପ୍ରକୃତରେ ମୋତେ ପ୍ରେମ କରେ। ମୋତେ ପ୍ରେମ କରୁଥିବା ଲୋକକୁ ମୋ’ ପରମପିତା ମଧ୍ୟ ପ୍ରେମ କରିବେ। ମୁଁ ମଧ୍ୟ ତାକୁ ପ୍ରେମ କରିବି ଓ ନିଜକୁ ତା’ ନିକଟରେ ପ୍ରକାଶ କରିବି।”
Разгледайте ଯୋହନ 14:21
6
ଯୋହନ 14:16-17
ମୁଁ ପରମପିତାଙ୍କୁ କହିବି ଓ ସେ ତୁମ୍ଭକୁ ଆଉ ଜଣେ ସାହାଯ୍ୟକାରୀଙ୍କୁ ଦେବେ। ସେ ସେହି ସାହାଯ୍ୟକାରୀଙ୍କୁ ତୁମ୍ଭ ପାଖରେ ସର୍ବଦା ରହିବା ପାଇଁ ଦେବେ। ସେହି ସାହାଯ୍ୟକାରୀ ଜଣକ ସତ୍ୟମୟ ଆତ୍ମା। ଏ ଜଗତ ତାହାଙ୍କୁ ଗ୍ରହଣ କରି ପାରିବ ନାହିଁ। ଯେହେତୁ ଜଗତ ତାହାଙ୍କୁ ଦେଖୁ ନାହିଁ ବା ଜାଣି ନାହିଁ। କିନ୍ତୁ ତୁମ୍ଭେ ତାହାଙ୍କୁ ଜାଣିଛ। ସେ ତୁମ୍ଭ ସହିତ ରହନ୍ତି ଓ ତୁମ୍ଭ ହୃଦୟରେ ବାସ କରିବେ।
Разгледайте ଯୋହନ 14:16-17
7
ଯୋହନ 14:13-14
ତୁମ୍ଭେ ମୋ’ ନାମରେ ଯାହା ମାଗିବ, ମୁଁ ତାହା ତୁମ୍ଭ ପାଇଁ କରିବି। ଏହା ଦ୍ୱାରା ପୁତ୍ରଙ୍କ ମାଧ୍ୟମରେ ପରମପିତାଙ୍କ ଗୌରବ ପ୍ରକାଶିତ ହେବ। ମୋ’ ନାମରେ ତୁମ୍ଭେ ଯାହା ମାଗିବ, ମୁଁ ତାହା କରିବି।
Разгледайте ଯୋହନ 14:13-14
8
ଯୋହନ 14:15
“ମୋତେ ଯଦି ତୁମ୍ଭେ ପ୍ରେମ କର, ତେବେ ମୋର ଆଜ୍ଞା ଅନୁସାରେ ତୁମ୍ଭେ କାମ କରିବ।
Разгледайте ଯୋହନ 14:15
9
ଯୋହନ 14:2
ମୋର ପରମପିତାଙ୍କ ଘରେ ଅନେକଗୁଡ଼ିଏ ବଖରା ଅଛି। ତାହା ନ ହୋଇଥିଲେ ମୁଁ ତୁମ୍ଭକୁ ଏହା କହି ନ ଥା'ନ୍ତି। ମୁଁ ତୁମ୍ଭ ପାଇଁ ଗୋଟିଏ ସ୍ଥାନ ପ୍ରସ୍ତୁତ କରିବା ଉଦ୍ଦେଶ୍ୟରେ ସେଠାକୁ ଯାଉଛି।
Разгледайте ଯୋହନ 14:2
10
ଯୋହନ 14:3
ମୁଁ ଯାଇ ତୁମ୍ଭ ପାଇଁ ସ୍ଥାନ ପ୍ରସ୍ତୁତ କଲା ପରେ ଫେରି ଆସିବି। ତା'ପରେ ତୁମ୍ଭକୁ ମୋ’ ସହିତ ନେଇଯିବି। ମୁଁ ଯେଉଁଠାରେ ରହିବି ତୁମେମାନେ ମଧ୍ୟ ସେଠାରେ ମୋ’ ସହିତ ରହିପାରିବ।
Разгледайте ଯୋହନ 14:3
11
ଯୋହନ 14:5
ଥୋମା କହିଲେ, “ପ୍ରଭୁ, ଆପଣ କେଉଁଆଡ଼େ ଯାଉଛନ୍ତି, ଆମ୍ଭେ ଜାଣି ନାହୁଁ। ତେଣୁ ସେଠାକୁ ଯିବାର ପଥ ଆମ୍ଭେ ଜାଣିବୁ କିପରି?”
Разгледайте ଯୋହନ 14:5
Начало
Библия
Планове
Видеа