ଆଉ ଉକ୍ତ ଘଟଣା ଉତ୍ତାରେ ତାଙ୍କର ପ୍ରଭୁର ଭାର୍ଯ୍ୟା ଯୋଷେଫଙ୍କ ଉପରେ ଦୃଷ୍ଟି ପକାଇବାକୁ ଲାଗିଲା; ତହୁଁ ତାଙ୍କୁ କହିଲା, ତୁମ୍ଭେ ମୋʼ ସଙ୍ଗେ ଶୟନ କର।
ମାତ୍ର ଯୋଷେଫ ଅସ୍ଵୀକାର କରି ଆପଣା ପ୍ରଭୁର ଭାର୍ଯ୍ୟାକୁ କହିଲେ, ଦେଖ, ଏ ଗୃହରେ ମୋʼ ଜିମା ଯାହା ଅଛି, ମୋʼ ପ୍ରଭୁ ତହିଁର ତତ୍ତ୍ଵ ନିଅନ୍ତି ନାହିଁ, ସେ ମୋʼ ହସ୍ତରେ ଆପଣାର ସର୍ବସ୍ଵ ସମର୍ପଣ କରିଅଛନ୍ତି।
ଏହି ଗୃହରେ ମୋʼଠାରୁ ବଡ଼ କେହି ନାହିଁ; ତୁମ୍ଭେ ତାଙ୍କର ଭାର୍ଯ୍ୟା, ଏନିମନ୍ତେ କେବଳ ତୁମ୍ଭ ଛଡ଼ା ମୋʼ ପ୍ରତି ଆଉ କିଛି ମନା ନାହିଁ। ଏହେତୁ ମୁଁ କିରୂପେ ଏଡ଼େ ବଡ଼ ଦୁଷ୍ଟତା ଓ ପରମେଶ୍ଵରଙ୍କ ବିରୁଦ୍ଧରେ ପାପ କରିପାରେ?