1
ଲୂକ 10:19
ପବିତ୍ର ବାଇବଲ (Re-edited) - (BSI)
ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହିଁ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ।
Compare
Explore ଲୂକ 10:19
2
ଲୂକ 10:41-42
କିନ୍ତୁ ପ୍ରଭୁ ତାଙ୍କୁ କହିଲେ, ମାର୍ଥା, ମାର୍ଥା, ତୁମ୍ଭେ ବହୁତ ବିଷୟରେ ଚିନ୍ତିତ ଓ ବ୍ୟତିବ୍ୟସ୍ତ ହେଉଅଛ, କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ପ୍ରୟୋଜନ; ମରୀୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ହରଣ କରାଯିବ ନାହିଁ।
Explore ଲୂକ 10:41-42
3
ଲୂକ 10:27
ସେ ଉତ୍ତର ଦେଲେ, ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ଶକ୍ତି ଓ ସମସ୍ତ ମନ ଦେଇ ପ୍ରଭୁ ଆପଣା ଈଶ୍ଵରଙ୍କୁ ପ୍ରେମ କର; ପୁଣି, ଆପଣା ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କର।
Explore ଲୂକ 10:27
4
ଲୂକ 10:2
ପୁଣି, ସେ ସେମାନଙ୍କୁ କହିଲେ, ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ; ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର କର୍ତ୍ତାଙ୍କ ନିକଟରେ ନିବେଦନ କର।
Explore ଲୂକ 10:2
5
ଲୂକ 10:36-37
ଏହି ତିନି ଜଣଙ୍କ ମଧ୍ୟରୁ କିଏ ଡକାଇତମାନଙ୍କ ହାବୁଡ଼ରେ ପଡ଼ିଥିବା ଲୋକଟିର ପ୍ରତିବାସୀ ବୋଲି ମନେ କରୁଅଛ? ସେ କହିଲେ, ଯେ ତାହା ପ୍ରତି ଦୟା କଲା, ସେ। ଯୀଶୁ ତାଙ୍କୁ କହିଲେ, ଯାଅ, ତୁମ୍ଭେ ମଧ୍ୟ ସେହି-ପ୍ରକାର କର।
Explore ଲୂକ 10:36-37
6
ଲୂକ 10:3
ତୁମ୍ଭେମାନେ ଯାଅ; ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାଛୁଆମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି।
Explore ଲୂକ 10:3
Home
Bible
Plans
Videos