ପରମେଶ୍ୱର ଆକାଶର କାକରରୁ ଓ ପୃଥିବୀର ଉର୍ବରତାରୁ ଉତ୍ପନ୍ନ (ଫଳ) ଓ ପ୍ରଚୁର ଶସ୍ୟ ଓ ଦ୍ରାକ୍ଷାରସ ତୁମ୍ଭକୁ ଦିଅନ୍ତୁ; ଲୋକସମୂହ ତୁମ୍ଭର ସେବା କରନ୍ତୁ ଓ ନାନା ବଂଶ ତୁମ୍ଭକୁ ପ୍ରଣାମ କରନ୍ତୁ; ତୁମ୍ଭେ ଆପଣା ଜ୍ଞାତିମାନଙ୍କର କର୍ତ୍ତା ହୁଅ, ପୁଣି, ତୁମ୍ଭର ମାତୃପୁତ୍ରମାନେ ତୁମ୍ଭକୁ ପ୍ରଣାମ କରନ୍ତୁ; ଯେ ତୁମ୍ଭକୁ ଅଭିଶାପ ଦିଏ, ସେ ଅଭିଶପ୍ତ ହେଉ, ପୁଣି, ଯେ ତୁମ୍ଭକୁ ଆଶୀର୍ବାଦ କରେ, ସେ ଆଶୀର୍ବାଦ ପ୍ରାପ୍ତ ହେଉ।”