ଆଉ ଉକ୍ତ ଘଟଣା ଉତ୍ତାରେ ତାଙ୍କର ପ୍ରଭୁର ଭାର୍ଯ୍ୟା ଯୋଷେଫଙ୍କ ଉପରେ ଦୃଷ୍ଟି ପକାଇବାକୁ ଲାଗିଲା; ତହୁଁ ତାଙ୍କୁ କହିଲା, “ତୁମ୍ଭେ ମୋ’ ସଙ୍ଗେ ଶୟନ କର।” ମାତ୍ର ଯୋଷେଫ ଅସ୍ୱୀକାର କରି ଆପଣା ପ୍ରଭୁର ଭାର୍ଯ୍ୟାକୁ କହିଲେ, “ଦେଖ, ଏ ଗୃହରେ ଯାହା ଅଛି ମୋ’ ପ୍ରଭୁ ତହିଁର ତତ୍ତ୍ୱ ନିଅନ୍ତି ନାହିଁ, ସେ ମୋ’ ହସ୍ତରେ ଆପଣାର ସର୍ବସ୍ୱ ସମର୍ପଣ କରିଅଛନ୍ତି। ଏହି ଗୃହରେ ମୋ’ଠାରୁ ବଡ଼ କେହି ନାହିଁ; ତୁମ୍ଭେ ତାଙ୍କର ଭାର୍ଯ୍ୟା, ଏନିମନ୍ତେ କେବଳ ତୁମ୍ଭ ଛଡ଼ା ମୋ’ ପ୍ରତି ଆଉ କିଛି ମନା ନାହିଁ। ଏହେତୁ ମୁଁ କିପରି ଏଡ଼େ ବଡ଼ ଦୁଷ୍ଟତା ଓ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିପାରେ ?”