1
ଲୂକ 12:40
ଓଡିଆ ବାଇବେଲ
ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ସମୟରେ ମନୁଷ୍ୟପୁତ୍ର ଆସିବେ ।
Compare
Explore ଲୂକ 12:40
2
ଲୂକ 12:31
ବରଂ ତୁମ୍ଭେମାନେ ତାହାଙ୍କ ରାଜ୍ୟ ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ ।
Explore ଲୂକ 12:31
3
ଲୂକ 12:15
ପୁଣି, ସେ ସେମାନଙ୍କୁ କହିଲେ, ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ଧନସମ୍ପତ୍ତି ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ ।
Explore ଲୂକ 12:15
4
ଲୂକ 12:34
କାରଣ ଯେଉଁଠାରେ ତୁମ୍ଭମାନଙ୍କର ଧନ, ସେହିଠାରେ ମଧ୍ୟ ତୁମ୍ଭମାନଙ୍କର ମନ ।
Explore ଲୂକ 12:34
5
ଲୂକ 12:25
ପୁଣି, ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁ ହାତେ ବଢ଼ାଇ ପାରେ ?
Explore ଲୂକ 12:25
6
ଲୂକ 12:22
ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ଏନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, କ'ଣ ଖାଇବ, ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ, କିଅବା କ'ଣ ପିନ୍ଧିବ, ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ ।
Explore ଲୂକ 12:22
7
ଲୂକ 12:7
କିନ୍ତୁ ତୁମ୍ଭମାନଙ୍କର ମସ୍ତକର ସମସ୍ତ କେଶ ହିଁ ଗଣାଯାଇଛି । ଭୟ କର ନାହିଁ; ତୁମ୍ଭେମାନେ ଅନେକ ଘରଚଟିଆ ଠାରୁ ଶ୍ରେଷ୍ଠ ।
Explore ଲୂକ 12:7
8
ଲୂକ 12:32
ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କର ପିତାଙ୍କର ମହା ଆନନ୍ଦ ।
Explore ଲୂକ 12:32
9
ଲୂକ 12:24
କାଉମାନଙ୍କ ବିଷୟ ଭାବି ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ, ପୁଣି, ସେମାନଙ୍କର ଭଣ୍ଡାରଘର ନାହିଁ, ଆଉ ଈଶ୍ୱର ସେମାନଙ୍କୁ ଆହାର ଦିଅନ୍ତି; ତୁମ୍ଭେମାନେ ପକ୍ଷୀମାନଙ୍କ ଅପେକ୍ଷା କେତେ ଅଧିକ ଶ୍ରେଷ୍ଠ !
Explore ଲୂକ 12:24
10
ଲୂକ 12:29
ପୁଣି, କ'ଣ ଖାଇବ ଓ କ'ଣ ପିଇବ, ତାହା ତୁମ୍ଭେମାନେ ଖୋଜି ବୁଲ ନାହିଁ କିମ୍ବା ଚିନ୍ତିତ ହୁଅ ନାହିଁ
Explore ଲୂକ 12:29
11
ଲୂକ 12:28
କିନ୍ତୁ ଯେଉଁ ଘାସ ଆଜି କ୍ଷେତରେ ଅଛି, ଆଉ କାଲି ଚୁଲିରେ ପକାଯାଏ, ତାହାକୁ ଯେବେ ଈଶ୍ୱର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ୱାସୀମାନେ, ସେ ତୁମ୍ଭମାନଙ୍କୁ କେତେ ଅଧିକ ରୂପେ ନ ଦେବେ !
Explore ଲୂକ 12:28
12
ଲୂକ 12:2
କିନ୍ତୁ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ, ।
Explore ଲୂକ 12:2
Home
Bible
Plans
Videos