ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ବିଘ୍ନ ଯେ ନ ଘଟିବ, ଏହା ଅସମ୍ଭବ, କିନ୍ତୁ ଯାହା ଦ୍ୱାରା ତାହା ଘଟିବ, ହାୟ, ସେ ଦଣ୍ଡର ପାତ୍ର; ଏହି ସାନ ପିଲାମାନଙ୍କ ମଧ୍ୟରୁ ଜଣକର ବାଧାର କାରଣ ହେବା ଅପେକ୍ଷା ବରଂ ତାହା ବେକରେ ଗୋଟିଏ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ପକାଇ ଦିଆଯାଇଥିଲେ ତାହା ପାଇଁ ଭଲ ହୋଇଥାନ୍ତା ।