1
ଯୋହନ 11:25-26
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
ଯୀଶୁ ତାହାଙ୍କୁ କହିଲେ, “ମୁଁ ପୁନରୁତ୍ଥାନ ଓ ଜୀବନ; ଯେ ମୋʼ ଠାରେ ବିଶ୍ୱାସ କରେ, ସେ ଯଦ୍ୟପି ମରେ, ତଥାପି ସେ ବଞ୍ଚିବ, ପୁଣି, ଯେ କେହି ବଞ୍ଚେ ଓ ମୋʼ ଠାରେ ବିଶ୍ୱାସ କରେ, ସେ କଦାପି ମରିବ ନାହିଁ; ଏହା କଅଣ ବିଶ୍ୱାସ କରୁଅଛ?”
Compare
Explore ଯୋହନ 11:25-26
2
ଯୋହନ 11:40
ଯୀଶୁ ତାହାଙ୍କୁ କହିଲେ, “ଯଦି ତୁମ୍ଭେ ବିଶ୍ୱାସ କର, ତାହାହେଲେ ଈଶ୍ବରଙ୍କ ମହିମା ଦେଖିବ, ଏହା କଅଣ ମୁଁ ତୁମ୍ଭକୁ କହିଲି ନାହିଁ?” ସେଥିରେ ସେମାନେ ପଥର ଘୁଞ୍ଚାଇଦେଲେ।
Explore ଯୋହନ 11:40
3
ଯୋହନ 11:35
ଯୀଶୁ କାନ୍ଦିଲେ।
Explore ଯୋହନ 11:35
4
ଯୋହନ 11:4
କିନ୍ତୁ ଯୀଶୁ ତାହା ଶୁଣି କହିଲେ, “ଏହି ପୀଡ଼ା ମୃତ୍ୟୁ ନିମନ୍ତେ ନୁହେଁ, ମାତ୍ର ଈଶ୍ବରଙ୍କ ଗୌରବ ନିମନ୍ତେ, ଯେପରି ତଦ୍ୱାରା ଈଶ୍ବରଙ୍କ ପୁତ୍ର ଗୌରବପ୍ରାପ୍ତ ହୁଅନ୍ତି।”
Explore ଯୋହନ 11:4
5
ଯୋହନ 11:43-44
ସେ ଏହା କହି ଉଚ୍ଚସ୍ୱରରେ ଡାକିଲେ, “ଲାଜାର, ବାହାରି ଆସ।” ମୃତ ଲୋକଟି ବାହାରି ଆସିଲେ; ତାହାଙ୍କ ହାତ ଓ ପାଦ ସମାଧିବସ୍ତ୍ରରେ ବନ୍ଧା ହୋଇଥିଲା, ପୁଣି, ତାହାଙ୍କ ମୁଖରେ ଖଣ୍ଡେ ଗାମୁଛା ଗୁଡ଼ା ହୋଇଥିଲା। ଯୀଶୁ ସେମାନଙ୍କୁ କହିଲେ, “ଏହାଙ୍କ ବନ୍ଧନ ଫିଟାଇ ଚାଲିଯିବାକୁ ଦିଅ।”
Explore ଯୋହନ 11:43-44
6
ଯୋହନ 11:38
ସେଥିରେ ଯୀଶୁ ପୁନର୍ବାର ଅନ୍ତରରେ ବିରକ୍ତ ହୋଇ ସମାଧି ନିକଟକୁ ଆସିଲେ; ତାହା ଗୋଟିଏ ଗୁହା, ପୁଣି, ତାʼ ମୁହଁରେ ଗୋଟାଏ ପଥର ଥିଲା।
Explore ଯୋହନ 11:38
7
ଯୋହନ 11:11
ସେ ଏସମସ୍ତ କଥା କହିଲା ଉତ୍ତାରେ ସେମାନଙ୍କୁ ଆହୁରି କହିଲେ, “ଆମ୍ଭମାନଙ୍କ ବନ୍ଧୁ ଲାଜାର ନିଦ୍ରା ଯାଇଅଛନ୍ତି, କିନ୍ତୁ ତାହାଙ୍କୁ ନିଦ୍ରାରୁ ଉଠାଇବା ନିମନ୍ତେ ମୁଁ ଯାଉଅଛି।”
Explore ଯୋହନ 11:11
Home
Bible
Plans
Videos