ମୋତେ ତୁମ୍ଭେ ଯେଉଁ ଗୌରବ ଦେଇଥିଲ, ମୁଁ ତାହା ଏହି ଲୋକମାନଙ୍କୁ ଦେଇଛି। ଏହି ଗୌରବ ଦେବାର କାରଣ ହେଉଛି ଯେ, ଯେପରି ‘ତୁମ୍ଭେ ଓ ମୁଁ ଏକ, ସେହିପରି ସେମାନେ ମଧ୍ୟ ଏକ ହୋଇପାରିବେ।’ ମୁଁ ସେମାନଙ୍କଠାରେ ରହିବି ଓ ତୁମ୍ଭେ ମୋ'ଠାରେ ରହିବ। ତେଣୁ ସେମାନେ ସମ୍ପୂର୍ଣ୍ଣ ଭାବେ ଏକ ହୋଇପାରିବେ। ତାହାହେଲେ ଏହି ଜଗତ ଜାଣି ପାରିବ ଯେ, ତୁମ୍ଭେ ମୋତେ ପଠାଇଛ। ଏ ଜଗତ ଜାଣିବ ଯେ, ତୁମ୍ଭେ ମୋତେ ଯେପରି ପ୍ରେମ କରୁଥିଲ ଠିକ୍ ସେହିପରି ଏହି ଲୋକମାନଙ୍କୁ ମଧ୍ୟ ପ୍ରେମ କରୁଛ।