YouVersion Logo
Search Icon

ଆଦି ପୁସ୍ତକ 5

5
ଆଦମଙ୍କର ବଂଶଧର
1ଆଦମଙ୍କର ବଂଶାବଳୀର ବୃତ୍ତା; ଏହି। ଯେଉଁ ଦିନ ପରମେଶ୍ଵର ମନୁଷ୍ୟକୁ ସୃଷ୍ଟି କଲେ, ସେହି ଦିନ ପରମେଶ୍ଵରଙ୍କ ସାଦୃଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ;
2ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ; ଆଉ ସେମାନେ ସୃଷ୍ଟ ହେବା ଦିନ ସେମାନଙ୍କୁ ଆଶୀର୍ବାଦ କରି ଆଦମ (ମନୁଷ୍ୟ) ନାମ ଦେଲେ।
3ଆଦମ ଶହେ ତିରିଶ ବର୍ଷ ବୟସରେ ଆପଣା ସାଦୃଶ୍ୟ ଓ ପ୍ରତିମୂର୍ତ୍ତିରେ ଏକ ପୁତ୍ର ଜାତ କରି ତାହାର ନାମ ଶେଥ ଦେଲେ।
4ଶେଥର ଜନ୍ମ ଉତ୍ତାରେ ଆଦମ ଆଠଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ।
5ଆଦମଙ୍କର ବୟସ ସର୍ବସୁଦ୍ଧା ନଅଶହ ତିରିଶ ବର୍ଷ ଥିଲା; ତହୁଁ ସେ ମଲେ।
6ଶେଥ ଶହେ ପାଞ୍ଚ ବର୍ଷ ବୟସରେ ଈନୋଶକୁ ଜାତ କଲା;
7ଈନୋଶର ଜନ୍ମ ଉତ୍ତାରେ ଶେଥ ଆଠଶହ ସାତ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା।
8ଶେଥର ବୟସ ସର୍ବସୁଦ୍ଧା ନଅଶହ ବାର ବର୍ଷ ଥିଲା; ତହୁଁ ସେ ମଲା।
9ଈନୋଶ ନବେ ବର୍ଷ ବୟସରେ କୟିନାନକୁ ଜାତ କଲା;
10ପୁଣି କୟିନାନର ଜନ୍ମ ଉତ୍ତାରେ ସେ ଆଠଶହ ପନ୍ଦର ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
11ଈନୋଶର ବୟସ ସର୍ବସୁଦ୍ଧା ନଅଶହ ପାଞ୍ଚ ବର୍ଷ ଥିଲା; ତହୁଁ ସେ ମଲା।
12କୟିନାନ ସତୁରି ବର୍ଷ ବୟସରେ ମହଲଲେଲକୁ ଜାତ କଲା;
13ମହଲଲେଲ ଜନ୍ମିଲା ଉତ୍ତାରେ ସେ ଆଠଶହ ଚାଳିଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟାମାନଙ୍କୁ ଜାତ କଲା;
14ଆଉ କୟିନାନର ବୟସ ସର୍ବସୁଦ୍ଧା ନଅଶହ ଦଶ ବର୍ଷ ଥିଲା; ତହୁଁ ସେ ମଲା।
15ମହଲଲେଲ ପଞ୍ଚଷଠି ବର୍ଷ ବୟସରେ ଯେରଦକୁ ଜାତ କଲା;
16ଯେରଦ ଜନ୍ମିଲା ଉତ୍ତାରେ ସେ ଆଠଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
17ମହଲଲେଲର ବୟସ ସର୍ବସୁଦ୍ଧା ଆଠଶହ ପଞ୍ଚାନବେ ବର୍ଷ ଥିଲା; ତହୁଁ ସେ ମଲା।
18ଯେରଦ ଶହେ ବାଷଠି ବର୍ଷ ବୟସରେ ହନୋକଙ୍କୁ ଜାତ କଲା;
19ହନୋକଙ୍କର ଜନ୍ମ ଉତ୍ତାରେ ସେ ଆଠଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
20ଯେରଦର ବୟସ ସର୍ବସୁଦ୍ଧା ନଅଶହ ବାଷଠି ବର୍ଷ ଥିଲା; ତହୁଁ ସେ ମଲା।
21ହନୋକ ପଞ୍ଚଷଠି ବର୍ଷ ବୟସରେ ମଥୂଶେଲହକୁ ଜାତ କଲେ;
22ମଥୂଶେଲହର ଜନ୍ମ ଉତ୍ତାରେ ହନୋକ ତିନିଶହ ବର୍ଷ ପର୍ଯ୍ୟନ୍ତ ପରମେଶ୍ଵରଙ୍କ ସହିତ ଗମନାଗମନ କଲେ, ପୁଣି ସେ ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;
23ହନୋକଙ୍କର ବୟସ ସର୍ବସୁଦ୍ଧା ତିନିଶହ ପଞ୍ଚଷଠି ବର୍ଷ ଥିଲା;
24ହନୋକ ପରମେଶ୍ଵରଙ୍କ ସହିତ ଗମନାଗମନ କଲେ; ଆଉ ସେ ଅନ୍ତର୍ହିତ ହେଲେ; ଯେହେତୁ ପରମେଶ୍ଵର ତାଙ୍କୁ ଗ୍ରହଣ କଲେ।
25ମଥୂଶେଲହ ଶହେ ଶତାଶୀ ବର୍ଷ ବୟସରେ ଲେମକକୁ ଜାତ କଲା;
26ଲେମକର ଜନ୍ମ ଉତ୍ତାରେ ମଥୂଶେଲହ ସାତଶହ ବୟାଶୀ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
27ମଥୂଶେଲହର ବୟସ ସର୍ବସୁଦ୍ଧା ନଅଶହ ଊଣସ୍ତରି ବର୍ଷ ଥିଲା; ତହୁଁ ସେ ମଲା।
28ଲେମକ ଶହେ ବୟାଶୀ ବର୍ଷ ବୟସରେଏକ ପୁତ୍ର ଜାତ କରି ତାହାର ନାମ ନୋହ (ସାନ୍ତ୍ଵନା) ଦେଲେ,
29ଯେହେତୁ ସେ କହିଲେ, ସଦାପ୍ରଭୁଙ୍କ ଦ୍ଵାରା ଅଭିଶପ୍ତ ଭୂମିରେ ଆମ୍ଭମାନଙ୍କର ଶ୍ରମ ଓ ହସ୍ତର କ୍ଳେଶ ବିଷୟରେ ଏ ଆମ୍ଭମାନଙ୍କର ସାନ୍ତ୍ଵନା ଜନ୍ମାଇବ।
30ନୋହଙ୍କର ଜନ୍ମ ଉତ୍ତାରେ ଲେମକ ପାଞ୍ଚଶହ ପଞ୍ଚାନବେ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;
31ତାଙ୍କର ବୟସ ସର୍ବସୁଦ୍ଧା ସାତଶହ ସତସ୍ତରି ବର୍ଷ ଥିଲା; ତହୁଁ ସେ ମଲେ।
32ଆଉ ନୋହଙ୍କୁ ପାଞ୍ଚଶହ ବର୍ଷ ବୟସ ହେଲା; ଆଉ ନୋହ, ଶେମ ଓ ହାମ ଓ ଯେଫତ୍କୁ ଜାତ କଲେ।

Highlight

Share

Copy

None

Want to have your highlights saved across all your devices? Sign up or sign in

Videos for ଆଦି ପୁସ୍ତକ 5