1
ଲୂକ 24:49
ପବିତ୍ର ବାଇବଲ (Re-edited) - (BSI)
ଆଉ ଦେଖ, ମୋହର ପିତା ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ମୁଁ ତୁମ୍ଭମାନଙ୍କ ନିକଟକୁ ପଠାଉଅଛି, କିନ୍ତୁ ଊର୍ଦ୍ଧ୍ଵରୁ ଶକ୍ତିପ୍ରାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହି ନଗରରେ ରହିଥାଅ।
مقایسه
ଲୂକ 24:49 را جستجو کنید
2
ଲୂକ 24:6
ସେ ଏଠାରେ ନାହାନ୍ତି, ମାତ୍ର ଉଠିଅଛନ୍ତି। ମନୁଷ୍ୟପୁତ୍ରଙ୍କୁ ଯେ ଅବଶ୍ୟ ପାପୀମାନଙ୍କ ହସ୍ତରେ ସମର୍ପିତ ହୋଇ କ୍ରୁଶରେ ହତ ହେବାକୁ ଓ ତୃତୀୟ ଦିବସରେ ପୁନରୁତ୍ଥାନ କରିବାକୁ ହେବ
ଲୂକ 24:6 را جستجو کنید
3
ଲୂକ 24:31-32
ତହିଁରେ ସେମାନଙ୍କ ଚକ୍ଷୁ ଉନ୍ମୁକ୍ତ ହେଲା ଓ ସେମାନେ ତାହାଙ୍କୁ ଚିହ୍ନିଲେ; ଆଉ, ସେ ସେମାନଙ୍କ ଦୃଷ୍ଟିରୁ ଅନ୍ତର୍ହିତ ହେଲେ। ସେଥିରେ ସେମାନେ ପରସ୍ପର କହିଲେ, ଯେତେବେଳେ ପଥ ମଧ୍ୟରେ ସେ ଆମ୍ଭମାନଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିଲେ ଓ ଆମ୍ଭମାନଙ୍କୁ ଧର୍ମଶାସ୍ତ୍ର ବୁଝାଉଥିଲେ, ସେତେବେଳେ କଅଣ ଆମ୍ଭମାନଙ୍କ ହୃଦୟ ଉତ୍ତପ୍ତ ହେଉ ନ ଥିଲା?
ଲୂକ 24:31-32 را جستجو کنید
4
ଲୂକ 24:46-47
ଆଉ, ସେ ସେମାନଙ୍କୁ କହିଲେ, ଏହି ପ୍ରକାରେ ଲେଖାଅଛି, ଖ୍ରୀଷ୍ଟ ଦୁଃଖଭୋଗ କରିବେ ଓ ତୃତୀୟ ଦିନରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ କରିବେ, ପୁଣି ଯିରୂଶାଲମରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପକ୍ଷମା ନିମନ୍ତେ ମନ ପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ।
ଲୂକ 24:46-47 را جستجو کنید
5
ଲୂକ 24:2-3
ପୁଣି, ସେମାନେ ସମାଧିରୁ ପଥରଟା ଗଡ଼ାଇ ଦିଆଯାଇଥିବା ଦେଖିଲେ, କିନ୍ତୁ ଭିତରକୁ ଯାଇ ପ୍ରଭୁ ଯୀଶୁଙ୍କ ଶରୀର ପାଇଲେ ନାହିଁ।
ଲୂକ 24:2-3 را جستجو کنید
YouVersion از کوکی ها برای شخصی سازی تجربه شما استفاده می کند. با استفاده از وب سایت ما، استفاده ما از کوکی ها را همانطور که در خط مشی رازداریتوضیح داده شده است، می پذیرید
خانه
كتاب مقدس
برنامههای مطالعه
ویدیوها