1
ଆଦି ପୁସ୍ତକ 13:15
ପବିତ୍ର ବାଇବଲ (Re-edited) - (BSI)
କାରଣ ଏହି ଯେ ସକଳ ଦେଶ ତୁମ୍ଭେ ଦେଖୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ଯୁଗାନୁକ୍ରମେ ତୁମ୍ଭର ବଂଶକୁ ଦେବା।
השווה
חקרו ଆଦି ପୁସ୍ତକ 13:15
2
ଆଦି ପୁସ୍ତକ 13:14
ଅନନ୍ତର ଅବ୍ରାମଙ୍କଠାରୁ ଲୋଟ ପୃଥକ ହେଲା ଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ଏବେ ତୁମ୍ଭେ ଯେଉଁଠାରେ ଅଛ; ସେହିଠାରୁ ଅନାଇ ଉତ୍ତର, ଦକ୍ଷିଣ, ପୂର୍ବ ଓ ପଶ୍ଚିମ ଦିଗକୁ ଦୃଷ୍ଟିପାତ କର
חקרו ଆଦି ପୁସ୍ତକ 13:14
3
ଆଦି ପୁସ୍ତକ 13:16
ପୁଣି ପୃଥିବୀର ଧୂଳି ପରି ଆମ୍ଭେ ତୁମ୍ଭର ବଂଶ ବୃଦ୍ଧି କରିବା; କେହି ଯେବେ ପୃଥିବୀସ୍ଥ ଧୂଳି ଗଣି ପାରଇ, ତେବେ ତୁମ୍ଭର ବଂଶ ଗଣ୍ୟ ହେବ।
חקרו ଆଦି ପୁସ୍ତକ 13:16
4
ଆଦି ପୁସ୍ତକ 13:8
ଏଣୁ ଅବ୍ରାମ ଲୋଟଙ୍କୁ କହିଲେ, ମୁଁ ବିନୟ କରୁଅଛି, ତୁମ୍ଭ ଆମ୍ଭ ମଧ୍ୟରେ, ପୁଣି ତୁମ୍ଭର ପଶୁପାଳକ ଓ ମୋହର ପଶୁପାଳକମାନଙ୍କ ମଧ୍ୟରେ ବିବାଦ ନ ହେଉ, କାରଣ ଆମ୍ଭେମାନେ ଭାଇ।
חקרו ଆଦି ପୁସ୍ତକ 13:8
5
ଆଦି ପୁସ୍ତକ 13:18
ସେତେବେଳେ ଅବ୍ରାମ ତମ୍ଵୁ ତୋଳି ହିବ୍ରୋଣ ନିକଟସ୍ଥ ମମ୍ରିର ଅଲୋନ ବୃକ୍ଷ ମୂଳେ ଯାଇ ବାସ କଲେ, ପୁଣି ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ।
חקרו ଆଦି ପୁସ୍ତକ 13:18
6
ଆଦି ପୁସ୍ତକ 13:10
ସେତେବେଳେ ଲୋଟ ଅନାଇ ଦେଖିଲେ, ସୋୟର ପର୍ଯ୍ୟନ୍ତ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନ ପରି ସର୍ବତ୍ର ସଜଳ ଓ ମିସର ଦେଶ ତୁଲ୍ୟ ଅଟଇ; କାରଣ ସେହି ସମୟରେ ସଦୋମ ଓ ହମୋରା ସଦାପ୍ରଭୁଙ୍କ ଦ୍ଵାରା ବିନଷ୍ଟ ହୋଇ ନ ଥିଲା।
חקרו ଆଦି ପୁସ୍ତକ 13:10
בית
כתבי הקודש
תכניות
קטעי וידאו