1
ଯୋହନ 3:16
ପବିତ୍ର ବାଇବଲ
ହଁ, ପରମେଶ୍ୱର ଏ ପୃଥିବୀକୁ ଏତେ ପ୍ରେମ କଲେ ଯେ ସେ ତାହାଙ୍କ ଏକମାତ୍ର ପୁତ୍ରଙ୍କୁ ଦାନ କଲେ। ଯେପରି ତାହାଙ୍କ ପୁତ୍ରଙ୍କୁ ବିଶ୍ୱାସ କରୁଥିବା ପ୍ରତ୍ୟେକ ବ୍ୟକ୍ତି, ବିନାଶ ହେବେ ନାହିଁ, କିନ୍ତୁ ଅନନ୍ତ ଜୀବନ ପାଇବେ।
השווה
חקרו ଯୋହନ 3:16
2
ଯୋହନ 3:17
ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ଏ ଜଗତକୁ ପଠାଇଲେ। ସେ ତାହାଙ୍କୁ ଜଗତର ବିଗ୍ଭର କରିବା ପାଇଁ ପଠାଇ ନ ଥିଲେ। ମାତ୍ର ଏହି ଜଗତ ଯେପରି ତାହାଙ୍କ ପୁତ୍ରଙ୍କ ଦ୍ୱାରା ଉଦ୍ଧାର ପାଇବ, ସେଥିପାଇଁ ସେ ତାହାଙ୍କୁ ପଠାଇଥିଲେ।
חקרו ଯୋହନ 3:17
3
ଯୋହନ 3:3
ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି। ପ୍ରତ୍ୟେକ ବ୍ୟକ୍ତି ନିଶ୍ଚିତ ରୂପେ ପୁନର୍ବାର ଜନ୍ମ ହେବା ଆବଶ୍ୟକ। ଯଦି କୌଣସି ଲୋକ ପୁନର୍ବାର ଜନ୍ମ ନ ହୁଏ, ତେବେ ସେ ଲୋକ ପରମେଶ୍ୱରଙ୍କର ରାଜ୍ୟରେ କଦାପି ପ୍ରବେଶ କରି ପାରିବ ନାହିଁ।”
חקרו ଯୋହନ 3:3
4
ଯୋହନ 3:18
ପରମେଶ୍ୱରଙ୍କ ପୁତ୍ରଙ୍କଠାରେ ବିଶ୍ୱାସ ରଖୁଥିବା ଲୋକ କେବେ ବିଗ୍ଭରିତ ହୁଏ ନାହିଁ। କିନ୍ତୁ ତାହାଙ୍କଠାରେ ବିଶ୍ୱାସ ନ କରୁଥିବା ଲୋକ ବିଗ୍ଭରିତ ହୋଇସାରିଛି। କାରଣ ସେ ପରମେଶ୍ୱରଙ୍କର ଏକମାତ୍ର ପୁତ୍ରଙ୍କୁ ବିଶ୍ୱାସ କଲା ନାହିଁ।
חקרו ଯୋହନ 3:18
5
ଯୋହନ 3:19
ଲୋକମାନଙ୍କର ବିଗ୍ଭର ଏହି ବିଷୟ ଦ୍ୱାରା ହୁଏ: ସେହି ଆଲୋକ ଜଗତକୁ ଆସିଲେ, କିନ୍ତୁ ଲୋକେ ସେହି ଆଲୋକ ଗ୍ଭହିଁଲେ ନାହିଁ, ସେମାନେ ଅନ୍ଧକାର ଗ୍ଭହିଁଲେ, କାରଣ ସେମାନେ ମନ୍ଦକାର୍ଯ୍ୟରେ ରତଥିଲେ।
חקרו ଯୋହନ 3:19
6
ଯୋହନ 3:30
ଯୀଶୁଙ୍କର ଅବଶ୍ୟ ବୃଦ୍ଧି ହେଉ। ଏବଂ ମୋର ପ୍ରୟୋଜନୀୟତା ଅବଶ୍ୟ କମି ଯାଉ।
חקרו ଯୋହନ 3:30
7
ଯୋହନ 3:20
ମନ୍ଦକାର୍ଯ୍ୟ କରୁଥିବା ପ୍ରତ୍ୟେକ ଲୋକ ଆଲୋକକୁ ଘୃଣା କରେ। ସେ କେବେ ଆଲୋକକୁ ଆସିବ ନାହିଁ କାରଣ ଆଲୋକ ତା'ର କୃତ ସମସ୍ତ ମନ୍ଦକାର୍ଯ୍ୟ ଗୁଡ଼ିକୁ ଦେଖାଇ ଦେବ।
חקרו ଯୋହନ 3:20
8
ଯୋହନ 3:36
ପୁତ୍ରଙ୍କୁ ବିଶ୍ୱାସ କରୁଥିବା ଲୋକ ଅନନ୍ତ ଜୀବନ ପାଆନ୍ତି। କିନ୍ତୁ ପୁତ୍ରଙ୍କୁ ଅବଜ୍ଞା କରୁଥିବା ଲୋକ କଦାପି ଅନନ୍ତ ଜୀବନ ଲାଭ କରିବ ନାହିଁ। ସେହି ଲୋକମାନଙ୍କ ଉପରେ ପରମେଶ୍ୱରଙ୍କର କ୍ରୋଧ ରହିବ।”
חקרו ଯୋହନ 3:36
9
ଯୋହନ 3:14
“ମୋଶା ମରୁଭୂମିରେ ସର୍ପକୁ ଉପରକୁ ଉଠାଇଥିଲେ। ଠିକ୍ ସେହିପରି ମନୁଷ୍ୟପୁତ୍ର ମଧ୍ୟ ଉପରକୁ ଉଠାଯିବେ।
חקרו ଯୋହନ 3:14
10
ଯୋହନ 3:35
ପରମପିତା ପୁତ୍ରଙ୍କୁ ଭଲ ପାଆନ୍ତି। ସେ ତାହାଙ୍କୁ ସମସ୍ତ ବିଷୟର ଉପରେ କ୍ଷମତା ପ୍ରଦାନ କରିଛନ୍ତି।
חקרו ଯୋହନ 3:35
בית
כתבי הקודש
תכניות
קטעי וידאו