1
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22:14
ଓଡିଆ ବାଇବେଲ
ପୁଣି, ଅବ୍ରହାମ ସେହି ସ୍ଥାନର ନାମ ଯିହୋବା-ଯିରି ରଖିଲେ। ଏଥିପାଇଁ ଆଜି ପର୍ଯ୍ୟନ୍ତ ଲୋକେ କହନ୍ତି, ପର୍ବତରେ ସଦାପ୍ରଭୁ ଯୋଗାଇବେ।
Usporedi
Istraži ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22:14
2
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22:2
ସେତେବେଳେ ସେ କହିଲେ, “ତୁମ୍ଭେ ଏବେ ଆପଣା ପୁତ୍ରକୁ, ତୁମ୍ଭର ଅଦ୍ୱିତୀୟ ପୁତ୍ରକୁ, ଅର୍ଥାତ୍, ତୁମ୍ଭେ ଯାହାକୁ ସ୍ନେହ କର, ସେହି ଇସ୍ହାକକୁ ଘେନି ମୋରୀୟା ଦେଶକୁ ଯାଅ; ପୁଣି, ଆମ୍ଭେ ସେହି ଦେଶରେ ଯେଉଁ ପର୍ବତ କହିବା, ସେହି ପର୍ବତ ଉପରେ ତାହାକୁ ହୋମାର୍ଥେ ବଳିଦାନ କର।”
Istraži ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22:2
3
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22:12
ତହିଁରେ ସେ କହିଲେ, “ତୁମ୍ଭେ ସେହି ବାଳକର ପ୍ରତିକୂଳରେ ହସ୍ତ ବିସ୍ତାର କର ନାହିଁ ଓ ତାହା ପ୍ରତି କିଛି କର ନାହିଁ; କାରଣ ପରମେଶ୍ୱରଙ୍କ ପ୍ରତି ତୁମ୍ଭର ଭୟ ଅଛି, ଏହା ଏବେ ଆମ୍ଭେ ବୁଝିଲୁ; ଯେହେତୁ ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ହିଁ ଅସମ୍ମତ ନୋହିଲ।”
Istraži ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22:12
4
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22:8
ତହିଁରେ ଅବ୍ରହାମ କହିଲେ, “ପୁତ୍ର, ପରମେଶ୍ୱର ଆପେ ହୋମ ପାଇଁ ମେଣ୍ଢାଛୁଆ ଯୋଗାଇବେ।” ତହୁଁ ଦୁହେଁ ଏକତ୍ର ଚାଲିଗଲେ।
Istraži ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22:8
5
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22:17-18
ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ। ପୁଣି, ପୃଥିବୀସ୍ଥ ସମସ୍ତ ଜାତି ତୁମ୍ଭର ବଂଶ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ଯେହେତୁ ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରିଅଛ।”
Istraži ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22:17-18
6
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22:1
ଏହି ସମସ୍ତ ଘଟଣା ଉତ୍ତାରେ ପରମେଶ୍ୱର ଅବ୍ରହାମଙ୍କର ପରୀକ୍ଷା ନିମନ୍ତେ କହିଲେ, “ହେ ଅବ୍ରହାମ। ତହିଁରେ ସେ ଉତ୍ତର କଲେ, ଦେଖନ୍ତୁ, ମୁଁ ଏଠାରେ ଅଛି।”
Istraži ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22:1
7
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22:11
ଏପରି ସମୟରେ ଆକାଶରୁ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଡାକି କହିଲେ, “ହେ ଅବ୍ରହାମ, ହେ ଅବ୍ରହାମ !” ତହିଁରେ ସେ କହିଲେ, “ଦେଖନ୍ତୁ, ମୁଁ ଏଠାରେ।”
Istraži ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22:11
8
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22:15-16
ଆଉ ସଦାପ୍ରଭୁଙ୍କ ଦୂତ ଦ୍ୱିତୀୟ ଥର ଆକାଶରୁ ଅବ୍ରହାମଙ୍କୁ ଡାକି କହିଲେ, “ସଦାପ୍ରଭୁ କହୁଅଛନ୍ତି, ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ଅସମ୍ମତ ନୋହିଲ
Istraži ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22:15-16
9
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22:9
ଆଉ ପରମେଶ୍ୱରଙ୍କ ନିରୂପିତ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ଅବ୍ରହାମ ସେଠାରେ ଏକ ଯଜ୍ଞବେଦି ନିର୍ମାଣ କରି ତହିଁ ଉପରେ କାଠ ସଜାଡ଼ି ଆପଣା ପୁତ୍ର ଇସ୍ହାକକୁ ବାନ୍ଧି ବେଦିର କାଠ ଉପରେ ଶୁଆଇଲେ।
Istraži ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 22:9
Početna
Biblija
Planovi
Filmići