1
ଯୋହନ 5:24
ପବିତ୍ର ବାଇବଲ
“ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ, ଯଦି କୌଣସି ବ୍ୟକ୍ତି ମୋର କହିବା କଥା ଶୁଣେ ଓ ମୋତେ ଯିଏ ପଠାଇଛନ୍ତି ତାହାଙ୍କଠାରେ ବିଶ୍ୱାସ କରେ, ତେବେ ସେ ବ୍ୟକ୍ତି ଅନନ୍ତ ଜୀବନ ଲାଭ କରିଅଛି। ସେ ବ୍ୟକ୍ତି ଦୋଷୀ ବୋଲି ବିଗ୍ଭରିତ ହେବ ନାହିଁ। ସେ ମୃତ୍ୟୁକୁ ପାର ହୋଇ ଜୀବନ ଭିତରେ ପ୍ରବେଶ କରି ସାରିଛି।
Համեմատել
Ուսումնասիրեք ଯୋହନ 5:24
2
ଯୋହନ 5:6
ଯୀଶୁ ସେହି ଲୋକକୁ ସେଠାରେ ପଡ଼ି ରହିଥିବା ଦେଖିଲେ। ସେ ଜାଣିଲେ ଯେ, ସେ ଲୋକଟି ବହୁତ ବର୍ଷ ହେଲାଣି ରୋଗରେ ପଡ଼ିଛି। ତେଣୁ ଯୀଶୁ ତାକୁ ପଗ୍ଭରିଲେ, “ତୁମ୍ଭେ କ'ଣ ସୁସ୍ଥ ହେବାକୁ ଗ୍ଭହଁ?”
Ուսումնասիրեք ଯୋହନ 5:6
3
ଯୋହନ 5:39-40
“ତୁମ୍ଭେମାନେ ଯତ୍ନ ସହକାରେ ଧର୍ମ ଶାସ୍ତ୍ରଗୁଡ଼ିକ ଅଧ୍ୟୟନ କରୁଛ। କାରଣ ତୁମ୍ଭେମାନେ ବିଶ୍ୱାସ କର ଯେ, ସେହି ଧର୍ମଶାସ୍ତ୍ର ଦ୍ୱାରା ହିଁ ତୁମ୍ଭେମାନେ ଅନନ୍ତ ଜୀବନ ପାଇବ। ସେହି ଧର୍ମଶାସ୍ତ୍ର ଗୁଡ଼ିକ ମୋ’ ବିଷୟରେ କହନ୍ତି। କିନ୍ତୁ ତୁମ୍ଭେମାନେ ଅନନ୍ତ ଜୀବନ ପାଇବା ପାଇଁ ମୋ’ ନିକଟକୁ ଆସୁ ନାହଁ।
Ուսումնասիրեք ଯୋହନ 5:39-40
4
ଯୋହନ 5:8-9
ତା'ପରେ ଯୀଶୁ କହିଲେ, “ଠିଆ ହୁଅ। ତୁମ୍ଭର ବିଛଣା ଉଠାଇ ଗ୍ଭଲ।” ସଙ୍ଗେ ସଙ୍ଗେ ଲୋକଟି ସୁସ୍ଥ ହୋଇଗଲା। ସେ ତା’ ବିଛଣା ଉଠେଇ ଗ୍ଭଲିବାକୁ ଆରମ୍ଭ କଲା। ଏହି ଘଟଣା ବିଶ୍ରାମବାରର ଦିନ ହୋଇଥିଲା।
Ուսումնասիրեք ଯୋହନ 5:8-9
5
ଯୋହନ 5:19
କିନ୍ତୁ ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ପୁତ୍ର ଏକାକୀ କିଛି କରି ପାରନ୍ତି ନାହିଁ। ଯାହା ତାହାଙ୍କ ପିତା କରୁଥିବା ପୁତ୍ର ଦେଖନ୍ତି, ସେ ତାହା ହିଁ କରନ୍ତି କାରଣ ପିତା ଯାହା କରନ୍ତି ପୁତ୍ର ମଧ୍ୟ ସେହିସବୁ କରନ୍ତି।
Ուսումնասիրեք ଯୋହନ 5:19
Գլխավոր
Աստվածաշունչ
Ծրագրեր
Տեսանյութեր