1
ଆଦି ପୁସ୍ତକ 12:2-3
ପବିତ୍ର ବାଇବଲ
ମୁଁ ତୁମ୍ଭଠାରୁ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବି। ମୁଁ ତୁମ୍ଭକୁ ଆଶୀର୍ବାଦ କରିବି ଓ ତୁମ୍ଭକୁ ମହାନ କରିବି ଏବଂ ତୁମ୍ଭେ ଆଶୀର୍ବାଦର ସଙ୍କେତ ହେବ। ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି ମୁଁ ସେମାନଙ୍କୁ ଆଶୀର୍ବାଦ କରିବି। ଏବଂ ଯିଏ ତୁମ୍ଭକୁ ଅଭିଶାପ ଦେବ ମୁଁ ସେମାନଙ୍କୁ ଅଭିଶାପ ଦେବି। ତୁମ୍ଭଠାରୁ ପୃଥିବୀର ସବୁବଂଶ ଆଶୀର୍ବାଦ ପାଇବେ।”
Lee anya n'etiti ihe abụọ
Nyochaa ଆଦି ପୁସ୍ତକ 12:2-3
2
ଆଦି ପୁସ୍ତକ 12:1
ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭର ଦେଶ ଓ ତୁମ୍ଭର ଲୋକମାନଙ୍କୁ ପରିତ୍ୟାଗ କର। ତୁମ୍ଭର ପିତାଙ୍କ ପରିବାର ଛାଡ଼। ମୁଁ ତୁମ୍ଭକୁ ଯେଉଁ ଦେଶ ଦେଖାଇବି ସେହି ଦେଶକୁ ଯାଅ।
Nyochaa ଆଦି ପୁସ୍ତକ 12:1
3
ଆଦି ପୁସ୍ତକ 12:4
ସଦାପ୍ରଭୁଙ୍କର ବାକ୍ୟାନୁସାରେ ଅବ୍ରାମ ହାରୋଣକୁ ପରିତ୍ୟାଗ କଲେ ଏବଂ ଲୋଟ ମଧ୍ୟ ତାଙ୍କ ସଙ୍ଗରେ ଗଲେ। ହାରୋଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବୟସ ପଞ୍ଚସ୍ତରି ବର୍ଷ ହୋଇଥିଲା।
Nyochaa ଆଦି ପୁସ୍ତକ 12:4
4
ଆଦି ପୁସ୍ତକ 12:7
ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଲେ ଏବଂ କହିଲେ, “ମୁଁ ତୁମ୍ଭ ବଂଶଧରଙ୍କୁ ଏହି ଦେଶ ଦେବି।” ସଦାପ୍ରଭୁ ଅବ୍ରାମଙ୍କୁ ଯେଉଁ ସ୍ଥାନରେ ଦର୍ଶନ ଦେଇଥିଲେ। ଅବ୍ରାମ ସେହିଠାରେ ସଦାପ୍ରଭୁଙ୍କର ଉପାସନା ପାଇଁ ଏକ ଯଜ୍ଞବେଦି ସ୍ଥାପନ କଲେ।
Nyochaa ଆଦି ପୁସ୍ତକ 12:7
Ulo
Akwụkwọ Nsọ
Atụmatụ
Vidiyo