1
ଯୋହନ 12:26
ପବିତ୍ର ବାଇବଲ (Re-edited) - (BSI)
କେହି ଯେବେ ମୋହର ସେବକ, ତେବେ ସେ ମୋହର ଅନୁଗମନ କରୁ; ଆଉ, ମୁଁ ଯେଉଁଠାରେ ଥାଏ, ମୋହର ସେବକ ମଧ୍ୟ ସେହିଠାରେ ରହିବ; କେହି ଯେବେ ମୋହର ସେବା କରେ, ତେବେ ପିତା ତାହାକୁ ସମ୍ମାନ ଦେବେ।
比較
ଯୋହନ 12:26で検索
2
ଯୋହନ 12:25
ଯେ ଆପଣା ପ୍ରାଣକୁ ପ୍ରିୟଜ୍ଞାନ କରେ, ସେ ତାହା ହରାଇବ, ଆଉ ଯେ ଆପଣା ପ୍ରାଣକୁ ଇହ-ଜଗତରେ ଘୃଣା କରେ, ସେ ତାହା ଅନ; ଜୀବନ ନିମନ୍ତେ ରକ୍ଷା କରିବ।
ଯୋହନ 12:25で検索
3
ଯୋହନ 12:24
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଗହମବୀଜ ଯଦି ମୃତ୍ତିକାରେ ପଡ଼ି ନ ମରେ, ତାହାହେଲେ ତାହା ଏକମାତ୍ର ଥାଏ, କିନ୍ତୁ ଯଦି ମରେ, ତାହାହେଲେ ବହୁତ ଫଳ ଫଳେ।
ଯୋହନ 12:24で検索
4
ଯୋହନ 12:46
ଯେକେହି ମୋʼଠାରେ ବିଶ୍ଵାସ କରେ, ସେ ଯେପରି ଅନ୍ଧକାରରେ ବାସ ନ କରେ, ଏଥିପାଇଁ ମୁଁ ଜଗତକୁ ଜ୍ୟୋତିଃ ହୋଇ ଆସିଅଛି।
ଯୋହନ 12:46で検索
5
ଯୋହନ 12:47
କେହି ଯଦି ମୋହର ବାକ୍ୟ ଶୁଣି ପାଳନ କରେ ନାହିଁ, ତାହାହେଲେ ମୁଁ ତାହାର ବିଚାର କରେ ନାହିଁ; କାରଣ ମୁଁ ଜଗତର ବିଚାର କରିବାକୁ ନ ଆସି ବରଂ ଜଗତକୁ ପରିତ୍ରାଣ କରିବାକୁ ଆସିଅଛି।
ଯୋହନ 12:47で検索
6
ଯୋହନ 12:3
ସେତେବେଳେ ମରୀୟମ ଅଧ ସେର ଅତି ବହୁମୂଲ୍ୟ ବିଶୁଦ୍ଧ ଜଟାମାଂସୀ ତୈଳ ଘେନି ଯୀଶୁଙ୍କ ପାଦରେ ତାହା ଲଗାଇ ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଆଉ ତୈଳର ସୁବାସରେ ଘରଟି ମହକିଗଲା।
ଯୋହନ 12:3で検索
7
ଯୋହନ 12:13
ଖଜୁରୀ ବାହୁଙ୍ଗା ଘେନି ତାହାଙ୍କୁ ଭେଟିବା ନିମନ୍ତେ ବାହାରିଗଲେ ଓ ଉଚ୍ଚ ସ୍ଵରରେ କହିବାକୁ ଲାଗିଲେ, ହୋଶାନ୍ନା। ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଧନ୍ୟ ଇସ୍ରାଏଲର ରାଜା।
ଯୋହନ 12:13で検索
8
ଯୋହନ 12:23
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମନୁଷ୍ୟପୁତ୍ର ମହିମାନ୍ଵିତ ହେବା ନିମନ୍ତେ ସମୟ ଉପସ୍ଥିତ।
ଯୋହନ 12:23で検索
ホーム
聖書
読書プラン
ビデオ