ପରମେଶ୍ୱର ତାଙ୍କୁ ଆହୁରି କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ତୁମ୍ଭେ ପ୍ରଜାବନ୍ତ ଓ ବହୁବଂଶ ହୁଅ; ତୁମ୍ଭଠାରୁ ଏକ ଗୋଷ୍ଠୀ, ବରଂ ଗୋଷ୍ଠୀ ସମାଜ ଉତ୍ପନ୍ନ ହେବ, ପୁଣି, ତୁମ୍ଭ କଟିଦେଶରୁ ରାଜାଗଣ ଜାତ ହେବେ। ପୁଣି, ଆମ୍ଭେ ଅବ୍ରହାମ ଓ ଇସ୍ହାକକୁ ଯେଉଁ ଦେଶ ଦାନ କରିଅଛୁ, ସେହି ଦେଶ ତୁମ୍ଭକୁ ଓ ତୁମ୍ଭ ଭବିଷ୍ୟତ ବଂଶକୁ ଦେବା।”