1
ଯୋହନ 13:34-35
ପବିତ୍ର ବାଇବଲ (Re-edited) - (BSI)
ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର। ଯଦି ତୁମ୍ଭମାନଙ୍କର ପରସ୍ପର ପ୍ରତି ପ୍ରେମ ଥାଏ, ତାହାହେଲେ ତୁମ୍ଭେମାନେ ଯେ ମୋହର ଶିଷ୍ୟ, ଏହା ସମସ୍ତେ ତଦ୍ଦ୍ଵାରା ଜ୍ଞାତ ହେବେ।
Salīdzināt
Izpēti ଯୋହନ 13:34-35
2
ଯୋହନ 13:14-15
ଅତଏବ, ପ୍ରଭୁ ଓ ଗୁରୁ ଯେ ମୁଁ, ମୁଁ ଯଦି ତୁମ୍ଭମାନଙ୍କର ପାଦ ଧୋଇଦେଇଅଛି, ତେବେ ତୁମ୍ଭମାନଙ୍କର ମଧ୍ୟ ପରସ୍ପରର ପାଦ ଧୋଇବା କର୍ତ୍ତବ୍ୟ। କାରଣ ତୁମ୍ଭମାନଙ୍କ ପ୍ରତି ମୁଁ ଯେପରି କରିଅଛି, ତୁମ୍ଭେମାନେ ମଧ୍ୟ ଯେ ସେପରି କର, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଅଛି।
Izpēti ଯୋହନ 13:14-15
3
ଯୋହନ 13:7
ଯୀଶୁ ତାଙ୍କୁ ଉତ୍ତର ଦେଲେ, ମୁଁ ଯାହା କରୁଅଛି, ତାହା ତୁମ୍ଭେ ଏବେ ଜାଣୁ ନାହଁ, କିନ୍ତୁ ପରେ ବୁଝିବ।
Izpēti ଯୋହନ 13:7
4
ଯୋହନ 13:16
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, କିମ୍ଵା ପ୍ରେରିତ ଆପଣା ପ୍ରେରକଠାରୁ ଶ୍ରେଷ୍ଠ ନୁହେଁ।
Izpēti ଯୋହନ 13:16
5
ଯୋହନ 13:17
ଯଦି ତୁମ୍ଭେମାନେ ଏହିସବୁ ଜାଣ, ତେବେ ସେହିପ୍ରକାର କଲେ ତୁମ୍ଭେମାନେ ଧନ୍ୟ।
Izpēti ଯୋହନ 13:17
6
ଯୋହନ 13:4-5
ଏହା ଜାଣି ସେ ଭୋଜନ ଆସନରୁ ଉଠି ଆପଣାର ବସ୍ତ୍ର କାଢ଼ି ଦେଇ ଗୋଟିଏ ଗାମୁଛା ଘେନି ଆପଣାର କଟୀ ବନ୍ଧନ କଲେ। ତତ୍ପରେ ସେ ପାତ୍ରରେ ଜଳ ଢାଳିଲେ, ପୁଣି ଶିଷ୍ୟମାନଙ୍କ ପାଦ ଧୋଇଦେଇ ଆପଣା କଟୀରେ ବନ୍ଧା ହୋଇଥିବା ଗାମୁଛାରେ ପୋଛିବାକୁ ଲାଗିଲେ।
Izpēti ଯୋହନ 13:4-5
Mājas
Bībele
Plāni
Video