YouVersion logotips
Meklēt ikonu

ଯୋହନ 6

6
ପାଞ୍ଚ ରୋଟୀ ଦୁଇ ମାଛ
1ଏଥିଉତ୍ତାରେ ଯୀଶୁ ଗାଲିଲୀ ସମୁଦ୍ରର, ଅର୍ଥାତ୍, ତିବିରୀୟା ସମୁଦ୍ରର ଆରପାରିକି ଗଲେ।
2ଆଉ, ସେ ରୋଗୀମାନଙ୍କ ପ୍ରତି ଯେ ଯେ ଆଶ୍ଚର୍ଯ୍ୟକର୍ମ କରୁଥିଲେ, ସେହିସବୁ ଦେଖି ବହୁସଂଖ୍ୟକ ଲୋକ ତାହାଙ୍କ ପଶ୍ଚାତ୍ଗମନ କରିବାକୁ ଲାଗିଲେ।
3ସେଥିରେ ଯୀଶୁ ପର୍ବତ ଉପରକୁ ଯାଇ ଆପଣା ଶିଷ୍ୟମାନଙ୍କ ସହିତ ସେଠାରେ ବସିଲେ।
4ସେତେବେଳେ ଯିହୁଦୀମାନଙ୍କ ନିସ୍ତାର ପର୍ବ ନିକଟବର୍ତ୍ତୀ ଥିଲା।
5ପୁଣି, ଯୀଶୁ ଦୃଷ୍ଟିପାତ କରି ବହୁସଂଖ୍ୟକ ଲୋକଙ୍କୁ ଆପଣା ନିକଟକୁ ଆସିବା ଦେଖି ଫିଲିପ୍ପଙ୍କୁ କହିଲେ, ଏମାନଙ୍କର ଭୋଜନ ନିମନ୍ତେ ଆମ୍ଭେମାନେ କେଉଁଠାରୁ ରୋଟୀ କିଣିବା?
6କିନ୍ତୁ ସେ ତାହାଙ୍କୁ ପରୀକ୍ଷା କରିବା ଉଦ୍ଦେଶ୍ୟରେ ଏହା କହିଲେ, କାରଣ ସେ କଅଣ କରିବାକୁ ଯାଉଅଛନ୍ତି, ତାହା ସେ ନିଜେ ଜାଣିଥିଲେ।
7ଫିଲିପ୍ପ ତାହାଙ୍କୁ ଉତ୍ତର ଦେଲେ, ପ୍ରତ୍ୟେକ ଜଣ ଟିକିଏ ପାଇବା ପାଇଁ ଏମାନଙ୍କ ନିମନ୍ତେ ଶହେ ଟଙ୍କାର ରୋଟୀ ଯଥେଷ୍ଟ ନୁହେଁ।
8ଶିମୋନ ପିତରଙ୍କର ଭ୍ରାତା ଆନ୍ଦ୍ରୀୟ ନାମକ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ଏଠାରେ ଜଣେ ବାଳକ ଅଛି,
9ତାହା ପାଖରେ ଯବର ପାଞ୍ଚୋଟି ରୋଟୀ ଓ ଦୁଇଟି ଭଜା ମାଛ ଅଛି, କିନ୍ତୁ ଏତେ ଲୋକଙ୍କ ପାଇଁ ତାହା କଅଣ ହେବ?
10ଯୀଶୁ କହିଲେ, ଲୋକମାନଙ୍କୁ ବସାଅ। ସେ ସ୍ଥାନରେ ବହୁତ ଘାସ ଥିଲା। ତେଣୁ ସଂଖ୍ୟାରେ ପ୍ରାୟ ପାଞ୍ଚ ହଜାର ପୁରୁଷ ବସିଲେ।
11ସେଥିରେ ଯୀଶୁ ସେହି ରୋଟୀ ଘେନି ଧନ୍ୟବାଦ ଦେଇ ବସିଥିବା ଲୋକମାନଙ୍କୁ ତାହା ବାଣ୍ଟିଦେଲେ, ସେହି ପ୍ରକାରେ ମାଛ ମଧ୍ୟ ବାଣ୍ଟିଦେଲେ, ସେମାନେ ଯେତେ ଚାହିଁଲେ, ସେତେ ଦେଲେ।
12ଆଉ, ସେମାନେ ପରିତୃପ୍ତ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ଯେପରି କିଛି ନଷ୍ଟ ନ ହୁଏ, ଏଥିନିମନ୍ତେ ବଳିଥିବା ଭଙ୍ଗା ଖଣ୍ତଗୁଡ଼ିକ ଏକାଠି କର।
13ସେଥିରେ ସେମାନେ ସେହିସବୁ ଏକାଠି କଲେ, ପୁଣି ଲୋକମାନଙ୍କର ଖାଇବା ପରେ ଯବର ସେହି ପାଞ୍ଚ ରୋଟୀରୁ ଯେଉଁ ଭଙ୍ଗା ଖଣ୍ତଗୁଡ଼ିକ ବଳିଥିଲା, ସେଥିରେ ସେମାନେ ବାର ଟୋକାଇ ପୂର୍ଣ୍ଣ କଲେ।
14ତେଣୁ ଲୋକମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ ଦେଖି କହିବାକୁ ଲାଗିଲେ, ଜଗତକୁ ଯେଉଁ ଭାବବାଦୀଙ୍କର ଆସିବାର ଥିଲା, ଏ ନିଶ୍ଚୟ ସେହି।
15ଅତଏବ, ସେମାନେ ଆସି ରାଜା କରିବା ନିମନ୍ତେ ଯେ ତାହାଙ୍କୁ ବଳପୂର୍ବକ ଧରିବାକୁ ଉଦ୍ୟତ ଅଟନ୍ତି, ଏହା ଜାଣି ଯୀଶୁ ପୁନର୍ବାର ଅନ୍ତର ହୋଇ ଏକାକୀ ପର୍ବତକୁ ବାହାରିଗଲେ।
ଯୀଶୁଙ୍କ ଜଳ ଉପରେ ଚାଲିବା
16ସନ୍ଧ୍ୟା ହୁଅନ୍ତେ ତାହାଙ୍କ ଶିଷ୍ୟମାନେ ସମୁଦ୍ରକୂଳକୁ ଗଲେ ମାଥି. ୧୪:୨୩
17ଓ ନୌକାରେ ଚଢ଼ି ସମୁଦ୍ର ସେପାରସ୍ଥ କଫର୍ନାହୂମ ଆଡ଼କୁ ଯିବାକୁ ଲାଗିଲେ। ଅନ୍ଧକାର ହୋଇଗଲା, ପୁଣି ଯୀଶୁ ସେପର୍ଯ୍ୟନ୍ତ ସେମାନଙ୍କ ନିକଟକୁ ଆସି ନ ଥିଲେ,
18ଆଉ ପ୍ରବଳ ପବନ ବହୁଥିବାରୁ ସମୁଦ୍ରରେ ଲହଡ଼ି ଉଠୁଥିଲା।
19ଇତିମଧ୍ୟରେ ସେମାନେ ପ୍ରାୟ ଦେଢ଼ ବା ଦୁଇ କୋଶ ବାହିଯାଇ ଯୀଶୁଙ୍କୁ ସମୁଦ୍ର ଉପରେ ଚାଲି ନୌକା ନିକଟକୁ ଆସୁଥିବା ଦେଖି ଭୀତ ହେଲେ।
20କିନ୍ତୁ ସେ ସେମାନଙ୍କୁ କହିଲେ, ଏ ତ ମୁଁ, ଭୟ କର ନାହିଁ।
21ତେଣୁ ସେମାନେ ତାହାଙ୍କୁ ନୌକାରେ ନେବାକୁ ଇଚ୍ଛୁକ ହେଲେ, ପୁଣି ସେମାନେ ଯେଉଁ ସ୍ଥାନକୁ ଯାଉଥିଲେ, ନୌକାଟି ତତ୍କ୍ଷଣାତ୍ ସେହି ସ୍ଥାନରେ ପହଞ୍ଚିଲା।
ଯୀଶୁ ଜୀବନଦାୟକ ଆହାର
22ସେ ସ୍ଥାନରେ ଗୋଟିଏ ନୌକା ଭିନ୍ନ ଯେ ଅନ୍ୟ କୌଣସି ନୌକା ନ ଥିଲା, ଆଉ ସେଥିରେ ଯେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଯାଇ ନ ଥିଲେ, ମାତ୍ର କେବଳ ତାହାଙ୍କ ଶିଷ୍ୟମାନେ ଯାଇଥିଲେ, ଏହା ଯେଉଁ ଲୋକମାନେ ତହିଁ ଆରଦିନ ସମୁଦ୍ର ସେପାରିରେ ଠିଆ ହୋଇଥିଲେ, ସେମାନେ ଦେଖିଥିଲେ।
23ପ୍ରଭୁ ଧନ୍ୟବାଦ ଦେଲା ଉତ୍ତାରେ ସେମାନେ ଯେଉଁ ସ୍ଥାନରେ ରୋଟୀ ଭୋଜନ କରିଥିଲେ, ସେହି ସ୍ଥାନ ନିକଟକୁ ତିବିରୀୟାରୁ ଆଉ କେତେକ ନୌକା ଆସିଲା;
24ଅତଏବ, ଯୀଶୁ କିମ୍ଵା ତାହାଙ୍କ ଶିଷ୍ୟମାନେ ଯେ ସେଠାରେ ନାହାନ୍ତି, ଏହା ଯେତେବେଳେ ଲୋକସମୂହ ଦେଖିଲେ, ସେତେବେଳେ ସେମାନେ ସେହିସବୁ ନୌକାରେ ଚଢ଼ି ଯୀଶୁଙ୍କୁ ଖୋଜୁ ଖୋଜୁ କଫର୍ନାହୂମକୁ ଆସିଲେ।
25ଆଉ, ସେମାନେ ସମୁଦ୍ର ସେପାରିରେ ତାହାଙ୍କ ଦେଖା ପାଇ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆପଣ କେତେବେଳେ ଏଠାକୁ ଆସିଲେ?
26ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଶ୍ଚର୍ଯ୍ୟକର୍ମ ଦେଖିବାରୁ ଯେ ତୁମ୍ଭେମାନେ ମୋହର ଅନ୍ଵେଷଣ କରୁଅଛ, ତାହା ନୁହେଁ, ମାତ୍ର ରୋଟୀ ଖାଇ ପରିତୃପ୍ତ ହେବାରୁ ମୋହର ଅନ୍ଵେଷଣ କରୁଅଛ।
27କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଞ୍ଚ ଯେଉଁ ଅନ; ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍, ଈଶ୍ଵର ମୁଦ୍ରାଙ୍କିତ କଲେପ।
28ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ଈଶ୍ଵରଙ୍କ କାର୍ଯ୍ୟସବୁ କରିବା ନିମନ୍ତେ ଆମ୍ଭମାନଙ୍କୁ କଅଣ କରିବାକୁ ହେବ?
29ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ଵର ଯାହାଙ୍କୁ ପ୍ରେରଣ କରିଅଛନ୍ତି, ତାହାଙ୍କଠାରେ ବିଶ୍ଵାସ କରିବା ହିଁ ଈଶ୍ଵରଙ୍କ କାର୍ଯ୍ୟ ଅଟେ।
30ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତାହା ହେଲେ ଆପଣ ଚିହ୍ନସ୍ଵରୂପ କଅଣ କରୁଅଛନ୍ତି ଯେ, ତାହା ଦେଖି ଆମ୍ଭେମାନେ ଆପଣଙ୍କୁ ବିଶ୍ଵାସ କରି ପାରୁ?
31ଆପଣ କଅଣ ସାଧନ କରୁଅଛନ୍ତି? ଆମ୍ଭମାନଙ୍କର ପିତୃପୁରୁଷ ପ୍ରାନ୍ତରରେ ମାନ୍ନା ଭୋଜନ କରୁଥିଲେ, ଯେପରି ଲେଖା ଅଛି, ଭୋଜନ କରିବା ନିମନ୍ତେ ସେ ସେମାନଙ୍କୁ ସ୍ଵର୍ଗରୁ ଆହାର ଦେଲେ।
32ସେଥିରେ ଯୀଶୁ ସେମାନଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋଶା ତୁମ୍ଭମାନଙ୍କୁ ସ୍ଵର୍ଗରୁ ଆହାର ଦେଇ ନାହାନ୍ତି, କିନ୍ତୁ ମୋହର ପିତା ତୁମ୍ଭମାନଙ୍କୁ ସ୍ଵର୍ଗରୁ ପ୍ରକୃତ ଆହାର ଦିଅନ୍ତି;
33କାରଣ ଯେଉଁ ଆହାର ସ୍ଵର୍ଗରୁ ଅବତରଣ କରି ଜଗତକୁ ଜୀବନ ପ୍ରଦାନ କରେ, ତାହା ଈଶ୍ଵରଦତ୍ତ ଆହାର।
34ସେମାନେ ତାହାଙ୍କୁ କହିଲେ, ପ୍ରଭୋ, ସବୁବେଳେ ଆମ୍ଭମାନଙ୍କୁ ଏହି ଆହାର ଦିଅନ୍ତୁ।
35ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୁଁ ସେହି ଜୀବନଦାୟକ ଆହାର; ଯେ ମୋʼ ନିକଟକୁ ଆସେ, ସେ କଦାପି କ୍ଷୁଧିତ ହେବ ନାହିଁ, ଆଉ ଯେ ମୋʼଠାରେ ବିଶ୍ଵାସ କରେ, ସେ କଦାପି ତୃଷିତ ହେବ ନାହିଁ।
36କିନ୍ତୁ ତୁମ୍ଭେମାନେ ମୋତେ ଦେଖିଲେ ହେଁ ଯେ ବିଶ୍ଵାସ କରୁ ନାହଁ, ଏହା ମୁଁ ତୁମ୍ଭମାନଙ୍କୁ କହିଅଛି।
37ପିତା ଯେସମସ୍ତଙ୍କୁ ମୋତେ ଦାନ କରନ୍ତି, ସେମାନେ ମୋʼ ନିକଟକୁ ଆସିବେ; ଆଉ, ଯେ ମୋʼ ନିକଟକୁ ଆସେ, ତାହାକୁ ମୁଁ କୌଣସି ପ୍ରକାରେ ବାହାର କରିଦେବି ନାହିଁ;
38କାରଣ ମୁଁ ନିଜ ଇଚ୍ଛା ସାଧନ କରିବାକୁ ଅବତରଣ ନ କରି ବରଂ ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବାକୁ ସ୍ଵର୍ଗରୁ ଅବତରଣ କରିଅଛି।
39ଆଉ, ମୋହର ପ୍ରେରଣକର୍ତ୍ତା ଯେସମସ୍ତଙ୍କୁ ମୋତେ ଦାନ କରିଅଛନ୍ତି, ସେମାନଙ୍କ ମଧ୍ୟରୁ କାହାକୁ ହିଁ ଯେପରି ମୁଁ ନ ହରାଇ ବରଞ୍ଚ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି, ଏହା ତାହାଙ୍କର ଇଚ୍ଛା।
40କାରଣ ଯେକେହି ପୁତ୍ରଙ୍କୁ ଦର୍ଶନ କରି ତାହାଙ୍କଠାରେ ବିଶ୍ଵାସ କରେ, ସେ ଯେପରି ଅନ; ଜୀବନ ପ୍ରାପ୍ତ ହୁଏ, ଏହା ହିଁ ମୋହର ପିତାଙ୍କର ଇଚ୍ଛା; ଆଉ, ମୁଁ ତାହାକୁ ଶେଷ ଦିନରେ ଉତ୍ଥାପନ କରିବି।
41ମୁଁ ସ୍ଵର୍ଗରୁ ଅବତୀର୍ଣ୍ଣ ହୋଇଥିବା ଆହାର ଅଟେ, ସେ ଏହା କହିବାରୁ ଯିହୁଦୀମାନେ ତାହାଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ,
42ଏ କଅଣ ଯୋଷେଫର ପୁଅ ଯୀଶୁ ନୁହେଁ, ଆଉ ଆମ୍ଭେମାନେ କଅଣ ଏହାର ବାପାମାଆକୁ ଜାଣୁ ନାହୁଁଣ? ତେବେ ମୁଁ ସ୍ଵର୍ଗରୁ ଅବତରଣ କରିଅଛି ବୋଲି ସେ ଏବେ କିପରି କହୁଅଛି?
43ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଆପଣା ଆପଣା ମଧ୍ୟରେ ବଚସା କର ନାହିଁ।
44ମୋହର ପ୍ରେରଣକର୍ତ୍ତା ପିତା ଯାହାକୁ ଆକର୍ଷଣ କରନ୍ତି, କେବଳ ସେ ମୋʼ ନିକଟକୁ ଆସି ପାରେ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି।
45ଭାବବାଦୀମାନଙ୍କ ଧର୍ମଶାସ୍ତ୍ରରେ ଲିଖିତ ଅଛି, ସମସ୍ତେ ଈଶ୍ଵରଙ୍କ କର୍ତ୍ତୃକ ଶିକ୍ଷାପ୍ରାପ୍ତ ହେବେ। ଯେକେହି ପିତାଙ୍କଠାରୁ ଶ୍ରବଣ କରି ଶିକ୍ଷା ଲାଭ କରିଅଛି, ସେ ମୋʼ ନିକଟକୁ ଆସେ।
46କେହି ଯେ ପିତାଙ୍କୁ ଦେଖିଅଛି, ତାହା ନୁହେଁ; ଯେ ଈଶ୍ଵରଙ୍କଠାରୁ ଆସିଅଛନ୍ତି, କେବଳ ସେ ପିତାଙ୍କୁ ଦେଖିଅଛନ୍ତି।
47ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ବିଶ୍ଵାସ କରେ, ସେ ଅନ; ଜୀବନ ପ୍ରାପ୍ତ ହୋଇଅଛି।
48ମୁଁ ଜୀବନଦାୟକ ଆହାର।
49ତୁମ୍ଭମାନଙ୍କର ପିତୃପୁରୁଷ ପ୍ରାନ୍ତରରେ ମାନ୍ନା ଭୋଜନ କରି ମୃତ୍ୟୁଭୋଗ କଲେ।
50କେହି ଯେପରି ଭୋଜନ କରି ମୃତ୍ୟୁଭୋଗ ନ କରେ, ଏଥିନିମନ୍ତେ ସ୍ଵର୍ଗରୁ ଅବତରଣ କରିବା ଆହାର ଏହି ଅଟେ।
51ମୁଁ ସ୍ଵର୍ଗରୁ ଅବତୀର୍ଣ୍ଣ ସେହି ଜୀବନ୍ତ ଆହାର; କେହି ଯଦି ଏହି ଆହାର ଭୋଜନ କରେ, ସେ ଅନ; କାଳ ପର୍ଯ୍ୟନ୍ତ ଜୀବିତ ରହିବ; ହଁ, ମୁଁ ଯେଉଁ ଆହାର ଦେବି, ତାହା ମୋହର ମାଂସ, ମୁଁ ତାହା ଜଗତର ଜୀବନ ନିମନ୍ତେ ଦେବି।
52ଏଥିରେ ଯିହୁଦୀମାନେ ପରସ୍ପର ବାଗ୍ଯୁଦ୍ଧ କରି କହିବାକୁ ଲାଗିଲେ, ଏ କିପରି ଆମ୍ଭମାନଙ୍କୁ ଆପଣା ମାଂସ ଖାଇବାକୁ ଦେଇ ପାରେ?
53ସେଥିରେ ଯୀଶୁ ସେମାନଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟପୁତ୍ରଙ୍କର ମାଂସ ଭୋଜନ ନ କଲେ ଓ ତାହାଙ୍କ ରକ୍ତ ପାନ ନ କଲେ, ତୁମ୍ଭମାନଙ୍କ-ଠାରେ ଜୀବନ ନାହିଁ।
54ଯେ ମୋହର ମାଂସ ଭୋଜନ କରେ ଓ ମୋହର ରକ୍ତ ପାନ କରେ, ସେ ଅନ; ଜୀବନ ପ୍ରାପ୍ତ ହୁଏ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି।
55କାରଣ ମୋହର ମାଂସ ପ୍ରକୃତ ଖାଦ୍ୟ ଓ ମୋହର ରକ୍ତ ପ୍ରକୃତ ପେୟ।
56ଯେ ମୋହର ମାଂସ ଭୋଜନ କରେ ଓ ମୋʼ ରକ୍ତ ପାନ କରେ, ସେ ମୋʼଠାରେ ରହେ ଓ ମୁଁ ତାହାଠାରେ ରହେ।
57ଜୀବନ୍ତ ପିତା ଯେପରି ମୋତେ ପ୍ରେରଣ କଲେ ଓ ମୁଁ ପିତାଙ୍କ ହେତୁରୁ ଜୀବିତ ଥାଏ, ସେହିପରି ଯେ ମୋତେ ଭୋଜନ କରେ, ସେ ମଧ୍ୟ ମୋʼ ହେତୁ ଜୀବିତ ରହିବ।
58ଯେଉଁ ଆହାର ସ୍ଵର୍ଗରୁ ଅବତରଣ କରିଅଛି, ତାହା ଏହି; ପିତୃପୁରୁଷ ଯେପରି ଭୋଜନ କରି ମୃତ୍ୟୁଭୋଗ କଲେ, ସେପ୍ରକାର ନୁହେଁ; ଯେ ଏହି ଆହାର ଭୋଜନ କରେ, ସେ ଅନ; କାଳ ପର୍ଯ୍ୟନ୍ତ ଜୀବିତ ରହିବ।
59ସେ କଫର୍ନାହୂମର ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିବା ସମୟରେ ଏହିସମସ୍ତ କଥା କହିଲେ।
ଅନ; ଜୀବନର ବାକ୍ୟ
60ଅତଏବ, ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଅନେକେ ଏହା ଶୁଣି କହିଲେ, ଏ ଘୃଣାଜନକ କଥା, କିଏ ଏହା ଶୁଣି ପାରେ?
61କିନ୍ତୁ ଯୀଶୁ, ତାହାଙ୍କ ଶିଷ୍ୟମାନେ ଯେ ସେ ବିଷୟରେ ବଚସା କରୁଅଛନ୍ତି, ତାହା ଅନ୍ତରରେ ଅବଗତ ହୋଇ ସେମାନଙ୍କୁ କହିଲେ, ଏହା କଅଣ ତୁମ୍ଭମାନଙ୍କ ବିଘ୍ନର କାରଣ ହେଉଅଛି?
62ତାହାହେଲେ ମନୁଷ୍ୟପୁତ୍ର ପୂର୍ବରେ ଯେଉଁ ସ୍ଥାନରେ ଥିଲେ, ସେ ସ୍ଥାନକୁ ଯେବେ ତାହାଙ୍କୁ ଆରୋହଣ କରିବା ଦେଖିବ, ତେବେ କଅଣ?
63ଆତ୍ମା ଜୀବନଦାୟକ; ମାଂସ କୌଣସି ଉପକାର କରେ ନାହିଁ; ମୁଁ ତୁମ୍ଭମାନଙ୍କୁ ଯେସମସ୍ତ ବାକ୍ୟ କହିଅଛି, ସେହିସବୁ ଆତ୍ମା ଓ ଜୀବନ ଅଟେ।
64କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ବିଶ୍ଵାସ କରୁ ନାହାନ୍ତି। କାରଣ କେଉଁମାନେ ବିଶ୍ଵାସ କରୁ ନ ଥିଲେ ଏବଂ କିଏ ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କରିବ, ତାହା ଯୀଶୁ ଆଦ୍ୟରୁ ଜାଣିଥିଲେ।
65ଆଉ ସେ କହିଲେ, ଏହି ହେତୁ ମୁଁ ତୁମ୍ଭମାନଙ୍କୁ କହିଅଛି, ପିତାଙ୍କଠାରୁ ଅନୁଗ୍ରହ ଦତ୍ତ ନ ହେଲେ କେହି ମୋʼ ନିକଟକୁ ଆସି ପାରେ ନାହିଁ।
66ସେହି ସମୟଠାରୁ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଅନେକେ ବିମୁଖ ହୋଇ ବାହାରିଗଲେ, ପୁଣି ତାହାଙ୍କ ସାଙ୍ଗରେ ଆଉ ଗମନାଗମନ କଲେ ନାହିଁ।
67ସେଥିରେ ଯୀଶୁ ଦ୍ଵାଦଶଙ୍କୁ ପଚାରିଲେ, ତୁମ୍ଭେମାନେ ମଧ୍ୟ କଅଣ ଚାଲିଯିବାକୁ ଇଚ୍ଛା କରୁଅଛ?
68ଶିମୋନ ପିତର ତାହାଙ୍କୁ ଉତ୍ତର ଦେଲେ, ପ୍ରଭୋ, କାହା ପାଖକୁ ଯିବା? ଆପଣଙ୍କ ପାଖରେ ଅନ; ଜୀବନର ବାକ୍ୟ ଅଛି;
69ଆଉ, ଆପଣ ଯେ ଈଶ୍ଵରଙ୍କର ସେହି ପବିତ୍ର ପୁରୁଷ, ଏହା ଆମ୍ଭେମାନେ ବିଶ୍ଵାସ କରିଅଛୁ ଓ ଜାଣିଅଛୁ।
70ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ କଅଣ ତୁମ୍ଭ ଦ୍ଵାଦଶଙ୍କୁ ମନୋନୀତ କରି ନାହିଁ? ଆଉ, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ଶୟତାନ।
71ସେ ଇଷ୍କାରିୟୋତୀୟ ଶିମୋନର ପୁତ୍ର ଯିହୂଦାକୁ ଲକ୍ଷ୍ୟ କରି ଏହା କହିଲେ, କାରଣ ସେ ଦ୍ଵାଦଶଙ୍କ ମଧ୍ୟରେ ଜଣେ, ଆଉ ସେ ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କରିବାକୁ ଯାଉଥିଲା।

Pašlaik izvēlēts:

ଯୋହନ 6: ODIAOV-BSI

Izceltais

Dalīties

Kopēt

None

Vai vēlies, lai tevis izceltie teksti tiktu saglabāti visās tavās ierīcēs? Reģistrējieties vai pierakstieties