1
ଲୂକ 13:24
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ସଂକୀର୍ଣ୍ଣ ଦ୍ଵାର ଦେଇ ପ୍ରବେଶ କରିବାକୁ ପ୍ରାଣପଣ କର, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକେ ପ୍ରବେଶ କରିବା ନିମନ୍ତେ ଚେଷ୍ଟା କରିବେ, କିନ୍ତୁ ପାରିବେ ନାହିଁ।
Харьцуулах
ଲୂକ 13:24 г судлах
2
ଲୂକ 13:11-12
ଆଉ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଦୁର୍ବଳକାରୀ ଆତ୍ମା ଦ୍ଵାରା ଆବିଷ୍ଟ ଜଣେ ସ୍ତ୍ରୀଲୋକ ସେଠାରେ ଥିଲା, ସେ କୁବ୍ଜା ହୋଇ କୌଣସି ପ୍ରକାରେ ଆପଣାକୁ ସଳଖ କରି ପାରୁ ନ ଥିଲା। ଯୀଶୁ ତାହାକୁ ଦେଖି ପାଖକୁ ଡାକି କହିଲେ, ହେ ନାରୀ, ତୁମ୍ଭର ଦୁର୍ବଳତାରୁ ମୁକ୍ତ ହେଲ।
ଲୂକ 13:11-12 г судлах
3
ଲୂକ 13:13
ଆଉ, ସେ ତାହା ଉପରେ ହାତ ଥୋଇଲେ, ସେଥିରେ ସେ ସେହିକ୍ଷଣି ସଳଖ ହୋଇ ଈଶ୍ଵରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲା।
ଲୂକ 13:13 г судлах
4
ଲୂକ 13:30
ଆଉ ଦେଖ, ଶେଷରେ ଥିବା କେତେକ ପ୍ରଥମ ହେବେ ଓ ପ୍ରଥମରେ ଥିବା କେତେକ ଶେଷରେ ପଡ଼ିବେ।
ଲୂକ 13:30 г судлах
5
ଲୂକ 13:25
ଗୃହକର୍ତ୍ତା ଉଠି ଦ୍ଵାର ବନ୍ଦ କଲା ଉତ୍ତାରେ ଯେତେବେଳେ ତୁମ୍ଭେମାନେ ବାହାରେ ଠିଆ ହୋଇ ରହିବ ଓ ହେ ପ୍ରଭୁ, ଆମ୍ଭମାନଙ୍କ ନିମନ୍ତେ ଦ୍ଵାର ଫିଟାଉନ୍ତୁ, ଏହା କହି ଦ୍ଵାରରେ ମାରିବାକୁ ଲାଗିବ, ସେତେବେଳେ ସେ ତୁମ୍ଭମାନଙ୍କୁ ଉତ୍ତର ଦେବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ।
ଲୂକ 13:25 г судлах
6
ଲୂକ 13:5
ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହିପରି ବିନଷ୍ଟ ହେବ।
ଲୂକ 13:5 г судлах
7
ଲୂକ 13:27
ଆଉ, ସେ ତୁମ୍ଭମାନଙ୍କୁ କହିବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ; ହେ ଅଧର୍ମାଚାରୀ ସମସ୍ତେ ମୋʼ ପାଖରୁ ଦୂର ହୁଅ।
ଲୂକ 13:27 г судлах
8
ଲୂକ 13:18-19
ସେଥିରେ ସେ କହିଲେ, ଈଶ୍ଵରଙ୍କ ରାଜ୍ୟ କାହା ସଦୃଶ? ପୁଣି, କାହା ସାଙ୍ଗରେ ମୁଁ ତାହାର ତୁଳନା କରିବି? ତାହା ଏପ୍ରକାର ଗୋଟିଏ ସୋରିଷଦାନା ପରି, ଯାହା ନେଇ ଜଣେ ଲୋକ ଆପଣା ବଗିଚାରେ ବୁଣିଲା, ଆଉ ତାହା ବଢ଼ି ଗଛ ହେଲା, ପୁଣି ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କଲେ।
ଲୂକ 13:18-19 г судлах
Нүүр хуудас
Библи
Тѳлѳвлѳгѳѳнүүд
Бичлэгүүд