1
ଲୂକ 6:38
ପବିତ୍ର ବାଇବଲ (Re-edited) - (BSI)
ଦାନ କର, ତାହାହେଲେ ତୁମ୍ଭମାନଙ୍କୁ ଦାନ ଦିଆଯିବ; ଲୋକେ ମାଣକୁ ପୁରା କରି ତାହାକୁ ଚାପି ହଲାଇ ଉଛୁଳାଇ ତୁମ୍ଭମାନଙ୍କ ଅଣ୍ଟିରେ ଦେବେ; କାରଣ ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ପୁଣି ମପାଇ ଦିଆଯିବ।
Bandingkan
Selidiki ଲୂକ 6:38
2
ଲୂକ 6:45
ଉତ୍ତମ ଲୋକ ଆପଣା ହୃଦୟରୂପ ଉତ୍ତମ ଭଣ୍ତାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି ମନ୍ଦ ଲୋକ ମନ୍ଦ ଭଣ୍ତାରରୁ ମନ୍ଦ ପଦାର୍ଥ ବାହାର କରେ; କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ।
Selidiki ଲୂକ 6:45
3
ଲୂକ 6:35
ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର, ପୁଣି ପରିଶୋଧର ଆଶା ନ ରଖି ଋଣ ଦିଅ ; ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ପରାତ୍ପରଙ୍କ ସନ୍ତାନ ହେବ, କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି କୃପାବାନ ଅଟନ୍ତି।
Selidiki ଲୂକ 6:35
4
ଲୂକ 6:36
ତୁମ୍ଭମାନଙ୍କ ପିତା ଯେପରି ଦୟାଳୁ, ତୁମ୍ଭେମାନେ ସେହିପରି ଦୟାଳୁ ହୁଅ।
Selidiki ଲୂକ 6:36
5
ଲୂକ 6:37
ପୁଣି, ବିଚାର କର ନାହିଁ, ତାହାହେଲେ ତୁମ୍ଭେମାନେ ବିଚାରିତ ହେବ ନାହିଁ; ଦୋଷୀ କର ନାହିଁ, ତାହାହେଲେ ତୁମ୍ଭେମାନେ ଦୋଷୀକୃତ ହେବ ନାହିଁ। କ୍ଷମା କର, ତାହାହେଲେ ତୁମ୍ଭମାନଙ୍କୁ କ୍ଷମା କରାଯିବ
Selidiki ଲୂକ 6:37
6
ଲୂକ 6:27-28
କିନ୍ତୁ ଶ୍ରବଣ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନଙ୍କର ମଙ୍ଗଳ କର; ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦିଅନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଯେଉଁମାନେ ତୁମ୍ଭମାନଙ୍କୁ ଅପମାନ କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର।
Selidiki ଲୂକ 6:27-28
7
ଲୂକ 6:31
ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯେପ୍ରକାର ବ୍ୟବହାର କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ସେମାନଙ୍କ ପ୍ରତି ସେହିପ୍ରକାର କର।
Selidiki ଲୂକ 6:31
8
ଲୂକ 6:29-30
ଯେ ତୁମ୍ଭକୁ ଗୋଟିଏ ଗାଲରେ ଚାପୁଡ଼ା ମାରେ, ତାହା ପ୍ରତି ଅନ୍ୟଟି ମଧ୍ୟ ଦେଖାଇଦିଅ; ଆଉ, ଯେ ତୁମ୍ଭର ଚାଦର ନେଇଯାଏ, ତାହାକୁ ତୁମ୍ଭର ଅଙ୍ଗରଖା ମଧ୍ୟ ନେବାକୁ ବାରଣ କର ନାହିଁ। ଯେକେହି ତୁମ୍ଭକୁ ମାଗେ, ତାହାକୁ ଦିଅ; ଆଉ, ଯେ ତୁମ୍ଭର ସମ୍ପତ୍ତି ଘେନିଯାଏ, ତାହାଠାରୁ ତାହା ପୁର୍ନବାର ଦାବୀ କର ନାହିଁ।
Selidiki ଲୂକ 6:29-30
9
ଲୂକ 6:43
କାରଣ ଏପରି କୌଣସି ଭଲ ଗଛ ନାହିଁ, ଯାହାକି ମନ୍ଦ ଫଳ ଫଳେ, ଅନ୍ୟ ପକ୍ଷରେ ଏପରି କୌଣସି ମନ୍ଦ ଗଛ ନାହିଁ, ଯାହାକି ଭଲ ଫଳ ଫଳେ।
Selidiki ଲୂକ 6:43
10
ଲୂକ 6:44
କାରଣ ପ୍ରତ୍ୟେକ ଗଛ ନିଜର ଫଳ ଦ୍ଵାରା ଚିହ୍ନାଯାଏ; କଣ୍ଟାଗଛରୁ ତ ଲୋକମାନେ ଡିମିରି ତୋଳନ୍ତି ନାହିଁ, କିମ୍ଵା କଣ୍ଟାବୁଦାରୁ ଦ୍ରାକ୍ଷାଫଳ ତୋଳନ୍ତି ନାହିଁ।
Selidiki ଲୂକ 6:44
Halaman Utama
Alkitab
Pelan
Video