ଲୂକ 4:9-12

ଲୂକ 4:9-12 ODIAOV-BSI

ପୁଣି, ସେ ତାହାଙ୍କୁ ଯିରୂଶାଲମକୁ ଘେନିଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା, ତୁମ୍ଭେ ଯେବେ ଈଶ୍ଵରଙ୍କ ପୁତ୍ର, ତେବେ ଏଠାରୁ ତଳକୁ ଡେଇଁପଡ଼; କାରଣ ଲେଖା ଅଛି, ତୁମ୍ଭକୁ ରକ୍ଷା କରିବା ନିମନ୍ତେ ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ; ଆଉ ଲେଖା ଅଛି, କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ। ପୁଣି, ଯୀଶୁ ତାହାକୁ ଉତ୍ତର ଦେଲେ, ଉକ୍ତ ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ଵରଙ୍କୁ ପରୀକ୍ଷା କରିବ ନାହିଁ।