1
ମାଥିଉ 9:37-38
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ, ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ପାଖରେ ନିବେଦନ କର।”
Yenzanisa
Ongorora {{vhesi}}
2
ମାଥିଉ 9:13
କିନ୍ତୁ ‘ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ,’ ଏହି ବାକ୍ୟର ମର୍ମ ତୁମ୍ଭେମାନେ ଯାଇ ଶିକ୍ଷା କର, କାରଣ ମୁଁ ଧାର୍ମିକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, ମାତ୍ର ପାପୀମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସିଅଛି।”
3
ମାଥିଉ 9:36
ଆଉ ଲୋକସମୂହକୁ ଦେଖି ସେମାନଙ୍କ ପ୍ରତି ସେ ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଦୁର୍ଦ୍ଦଶାଗ୍ରସ୍ତ ଓ ଛିନ୍ନଭିନ୍ନ ଥିଲେ।
4
ମାଥିଉ 9:12
କିନ୍ତୁ ଯୀଶୁ ତାହା ଶୁଣି କହିଲେ, “ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ଆବଶ୍ୟକ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ଆବଶ୍ୟକ ଅଛି।
5
ମାଥିଉ 9:35
ଏହାପରେ ଯୀଶୁ ସେମାନଙ୍କ ସମାଜଗୃହ-ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ନଗର ପୁଣି, ଗ୍ରାମଗୁଡ଼ିକରେ ଭ୍ରମଣ କରିବାକୁ ଲାଗିଲେ।
Pekutangira
Bhaibheri
Zvirongwa
Mavideo