Chapa ya Youversion
Ikoni ya Utafutaji

Mistari Maarufu ya Biblia kutoka ଆଦି ପୁସ୍ତକ 6

ଏହିରୂପେ ଯେତେବେଳେ ପୃଥିବୀରେ ମନୁଷ୍ୟମାନଙ୍କ ସଂଖ୍ୟା ବଢ଼ିବାକୁ ଲାଗିଲା ଓ ସେମାନଙ୍କର ଅନେକ କନ୍ୟା ଜାତ ହେଲେ; ସେତେବେଳେ ପରମେଶ୍ଵରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣକୁ ରୂପବତୀ ଦେଖି, ସେମାନେ ଯେଉଁମାନଙ୍କୁ ପସନ୍ଦ କଲେ, ସେ ସମସ୍ତଙ୍କ ମଧ୍ୟରୁ ବିବାହ କରିବାକୁ ଲାଗିଲେ। ତହିଁରେ ସଦାପ୍ରଭୁ କହିଲେ, ଆମ୍ଭର ଆତ୍ମା ମନୁଷ୍ୟ ମଧ୍ୟରେ ସର୍ବଦା ଅଧିଷ୍ଠାନ କରିବେ ନାହିଁ, ଯେହେତୁ ସେମାନଙ୍କ ବିପଥ ଗମନରେ ସେମାନେ ମାଂସମାତ୍ରି; ଏନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ିଏ ବର୍ଷ ହେବ। ସେହି ସମୟରେ ପୃଥିବୀରେ ମହା ବୀରଗଣ ଥିଲେ; ପୁଣି ତହିଁ ଉତ୍ତାରେ ପରମେଶ୍ଵରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣର ସହବାସ କରନ୍ତେ, ସେମାନଙ୍କଠାରୁ ସନ୍ତାନଗଣ ଜାତ ହେଲେ; ସେମାନେ ମଧ୍ୟ ପୂର୍ବକାଳର ପ୍ରସିଦ୍ଧ ବୀର ଥିଲେ।