1
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:26-27
ଓଡିଆ ବାଇବେଲ
ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।” ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।
ஒப்பீடு
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:26-27 ஆராயுங்கள்
2
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:28
ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।”
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:28 ஆராயுங்கள்
3
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:1
ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ।
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:1 ஆராயுங்கள்
4
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:2
ପୃଥିବୀ ନିର୍ଜ୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ।
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:2 ஆராயுங்கள்
5
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:3
ଏଥିଉତ୍ତାରେ ପରମେଶ୍ୱର କହିଲେ, “ଦୀପ୍ତି ହେଉ,” ତହିଁରେ ଦୀପ୍ତି ହେଲା।
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:3 ஆராயுங்கள்
6
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:31
ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା।
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:31 ஆராயுங்கள்
7
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:4
ଆଉ ପରମେଶ୍ୱର ଦୀପ୍ତିକୁ ଦେଖିଲେ ଯେ ତାହା ଉତ୍ତମ; ତହୁଁ ପରମେଶ୍ୱର ଅନ୍ଧକାରରୁ ଦୀପ୍ତିକୁ ଭିନ୍ନ କଲେ।
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:4 ஆராயுங்கள்
8
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:29
ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ।
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:29 ஆராயுங்கள்
9
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:5
ପୁଣି, ପରମେଶ୍ୱର ଦୀପ୍ତିର ନାମ ଦିବସ ଓ ଅନ୍ଧକାରର ନାମ ରାତ୍ରି ଦେଲେ। ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପ୍ରଥମ ଦିବସ ହେଲା।
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:5 ஆராயுங்கள்
10
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:6
ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ମଧ୍ୟରେ ଶୂନ୍ୟ ଜାତ ହୋଇ ଜଳକୁ ଦୁଇ ଭାଗରେ ଭିନ୍ନ କରୁ।”
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:6 ஆராயுங்கள்
11
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:30
ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍ ଶାକ ଦେଲୁ,” ତହିଁରେ ସେହିପରି ହେଲା।
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:30 ஆராயுங்கள்
12
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:14
ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ୍ କରିବା ନିମନ୍ତେ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ।
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:14 ஆராயுங்கள்
13
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:11
ଏଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାୟୀ ଫଳୋତ୍ପାଦକ ଫଳବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା।
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:11 ஆராயுங்கள்
14
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:7
ଏହିରୂପେ ପରମେଶ୍ୱର ଶୂନ୍ୟ ନିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ୱସ୍ଥ ଜଳରୁ ଶୂନ୍ୟର ଅଧଃସ୍ଥ ଜଳକୁ ଭିନ୍ନ କଲେ; ତହିଁରେ ସେହିରୂପ ହେଲା।
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:7 ஆராயுங்கள்
15
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:12
ଅର୍ଥାତ୍, ପୃଥିବୀ ତୃଣ ଓ ସ୍ୱ ସ୍ୱ ଜାତି ଅନୁସାରେ ବୀଜଉତ୍ପାଦକ ଶାକ ଓ ସ୍ୱ ସ୍ୱ ଜାତି ଅନୁସାରେ ସବୀଜ ଫଳୋତ୍ପାଦକ ବୃକ୍ଷ ଉତ୍ପନ୍ନ କଲା; ପୁଣି, ପରମେଶ୍ୱର ତାହା ଉତ୍ତମ ଦେଖିଲେ।
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:12 ஆராயுங்கள்
16
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:16
ଏହି ପ୍ରକାରେ ପରମେଶ୍ୱର ଦିବସରେ କର୍ତ୍ତୃତ୍ଵ କରିବାକୁ ଏକ ମହାଜ୍ୟୋତି ଓ ରାତ୍ରିରେ କର୍ତ୍ତୃତ୍ଵ କରିବାକୁ ତାହାଠାରୁ ସାନ ଏକ ଜ୍ୟୋତି, ଏହି ଦୁଇ ମହାଜ୍ୟୋତି, ଆଉ ମଧ୍ୟ ତାରାଗଣ ନିର୍ମାଣ କଲେ।
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:16 ஆராயுங்கள்
17
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:9-10
ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା। ପୁଣି, ପରମେଶ୍ୱର ସ୍ଥଳର ନାମ ପୃଥିବୀ ଓ ଜଳରାଶିର ନାମ ସମୁଦ୍ର ଦେଲେ; ଆଉ ପରମେଶ୍ୱର ତାହା ଉତ୍ତମ ଦେଖିଲେ।
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:9-10 ஆராயுங்கள்
18
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:22
ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।”
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:22 ஆராயுங்கள்
19
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:24
ଏଥିଉତ୍ତାରେ ପରମେଶ୍ୱର କହିଲେ, “ପୃଥିବୀରେ ସ୍ୱ ସ୍ୱ ଜାତି ଅନୁସାରେ ପ୍ରାଣୀବର୍ଗ, (ଅର୍ଥାତ୍), ଗ୍ରାମ୍ୟପଶୁ ଓ ଉରୋଗାମୀ ଜନ୍ତୁ ଓ ସ୍ୱ ସ୍ୱ ଜାତି ଅନୁସାରେ ପୃଥିବୀର ବନ୍ୟପଶୁଗଣ ଉତ୍ପନ୍ନ ହେଉନ୍ତୁ,” ତହିଁରେ ସେପରି ହେଲା।
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:24 ஆராயுங்கள்
20
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:20
ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃଥିବୀର ଉପରିସ୍ଥ ଆକାଶମଣ୍ଡଳରେ ପକ୍ଷୀଗଣ ଉଡ଼ନ୍ତୁ।”
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:20 ஆராயுங்கள்
21
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:25
ଏହି ରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁଯାୟୀ ବନ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ୱର ସେ ସମସ୍ତ ଉତ୍ତମ ଦେଖିଲେ।
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:25 ஆராயுங்கள்
முகப்பு
வேதாகமம்
வாசிப்புத் திட்டங்கள்
காணொளிகள்